Posted inଖେଳ

ଆଜିର ଦିନରେ ପାକିସ୍ତାନ ବିପକ୍ଷରେ ଡେବ୍ୟୁ ମ୍ୟାଚ୍‌ ଖେଳିଥିଲେ ମାଷ୍ଟର ବ୍ଲାଷ୍ଟର; ହେଲେ ଏହି ଘଟଣା ଯୋଗୁ…

ନୂଆଦିଲ୍ଲୀ,୧୫।୧୧: ୩୧ ବର୍ଷ ପୂର୍ବେ ଆଜିର ଦିନରେ କରାଚିରେ ନିଜର ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟର ଆରମ୍ଭ କରିଥିଲେ ସଚିନ ତେନ୍ଦୁଲକର। ମାତ୍ର ୧୬ ବର୍ଷ ବୟସରେ ସଚିନ ପାକିସ୍ତାନ ବିପକ୍ଷରେ ପ୍ରଥମ ଟେଷ୍ଟ ଖେଳିଥିଲେ। ଉକ୍ତ ମ୍ୟାଚ୍‌ରେ ଦ୍ରୁତ ବୋଲର ଓ୍ବାକର ୟୁନିସ୍‌ ମଧ୍ୟ ପାକିସ୍ତାନ ପାଇଁ ଡେବ୍ୟୁ କରିଥିଲେ। ସେ ମନୋଜ ପ୍ରଭାକରଙ୍କ ଓ୍ବିକେଟ୍‌ ନେବା ପରେ ସଚିନ ପଡ଼ିଆକୁ ଆସିଥିଲେ। ଡେବ୍ୟୁ ଇନିଂସରେ ସେ ୧୫ ରନ୍‌ କରିଥିଲେ, ଯାହା ସଚିନଙ୍କୁ ଦୁଃଖି କରିଥିଲା। ଏହି ଟେଷ୍ଟରେ ଦ୍ୱିତୀୟ ଥର ପାଇଁ ବ୍ୟାଟିଂ କରିବାର ସୁଯୋଗ ପାଇ ନ ଥିଲେ ସଚିନ। ହେଲେ ଏହି ମ୍ୟାଚ୍‌ ପରେ ସେ ନିଜର ପ୍ରତିଭା ଜାହିର କରିଥିଲେ।
ବିଶ୍ୱର ଏକମାତ୍ର ବ୍ୟାଟ୍ସମ୍ୟାନ୍‌ ଭାବେ ସଚିନ ୨୦୦ ଟେଷ୍ଟ ଏବଂ ୧୦୦ ଅନ୍ତର୍ଜାତୀୟ ଶତକ ହାସଲ କରିଛନ୍ତି। ୫୩.୭୮ ହାରରେ ସେ ୨୦୦ ଟେଷ୍ଟରେ ୧୫,୯୨୧ ରନ୍‌ ସ୍କୋର କରିଥିଲେ। ସେହିଭଳି ୪୬୩ ଏକ ଦିବସୀୟ ମ୍ୟାଚ୍‌ରେ ୪୪.୮୩% ହାରରେ ୧୮,୪୨୬ ରନ୍‌ କରିଥିଲେ। ପ୍ରଥମରେ ସେ ଜଣେ ଦ୍ରୁତ ବୋଲର ହେବାକୁ ଚାହୁଁଥିବା ବେଳେ ବ୍ୟାଟ୍ସମ୍ୟାନ ହୋଇ ଭଲ ପ୍ରଦର୍ଶନ କରିଥିଲେ। ୨୦୧୩ରେ ସେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଏହାକୁ ସାତ ବର୍ଷ ବିତିଥିଲେ ହେଁ ଏବେ ବି ସଚିନଙ୍କ ପ୍ରଶଂସକ ଡେବ୍ୟୁ କାହାଣୀକୁ ମନେ ପକାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ସରକାରଙ୍କ ବଡ଼ ଘୋଷଣା; ମହିଳାଙ୍କୁ ମାସିକ ୩ ହଜାର, ୭ମ ବେତନ ଆୟୋଗ ଲାଗୁ, ମାଗଣା ବସ୍ ଯାତ୍ରା

କୋଲକାତା,୧୮।୫: ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ତାଙ୍କର ଦ୍ୱିତୀୟ କ୍ୟାବିନେଟ୍ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ କରିଛନ୍ତି । ଏଥିରେ ମହିଳାମାନଙ୍କୁ ମାସିକ ୩ ହଜାର ଆର୍ଥିକ…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….

ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri