Posted inଖେଳ

୧୩ ବର୍ଷ ପୂର୍ବେ ଆଜିର ଦିନରେ ଦିନିକିଆ କ୍ରିକେଟରେ ନୂଆ ରେକର୍ଡ କରିଥିଲେ ସଚିନ: ଚୌକା-ଛକା ବର୍ଷା କରି…

ନୂଆଦିଲ୍ଲୀ,୨୪।୨: ଭାରତୀୟ କ୍ରିକେଟର ସଚିନ ତେନ୍ଦୁଲକର ‘ଗଡ୍‌ ଅଫ୍‌ କ୍ରିକେଟ୍‌’ ଭାବେ ଜଣାଶୁଣା। ସେ ୧୩ ବର୍ଷ ପୂର୍ବେ ଆଜିର ଦିନରେ ଦିନିକିଆ କ୍ରିକେଟ ଇତିହାସରେ ନୂଆ ରେକର୍ଡ ସୃଷ୍ଟି କରିଥିଲେ। ଦିନିକିଆରେ ଦ୍ୱିଶତକ ହାସଲ କରିବାରେ ତେନ୍ଦୁଲକର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ପାଲଟିଥିଲେ। ଗ୍ବାଲିଅରର କ୍ୟାପ୍‌ଟେନ ରୂପ ସିଂ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବୋଲରଙ୍କୁ ଘାଇଲା କରି ସେ ଏହି ଉପଲବ୍ଧି ହାସଲ କରିଥିଲେ।

ସଚିନଙ୍କ ରେକର୍ଡ ସହ କ୍ରିକେଟରେ ଏକ ନୂଆ ପରମ୍ପରାର ଆରମ୍ଭ ହୋଇଥିଲା ବୋଲି କୁହାଯାଏ। କାରଣ ତାଙ୍କ ପୂର୍ବରୁ ଏଭଳି କାରନାମା କୌଣସି ବ୍ୟାଟ୍ସମ୍ୟାନ୍‌ କରି ନ ଥିଲେ। ତାଙ୍କ ପରେ ଏଯାବତ ଦିନିକିଆ କ୍ରିକେଟରେ ୧୦ ଦ୍ୱିଶତକ ମରାଯାଇଛି। ସେଥିରୁ ୭ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ସ୍କୋର କରିଛନ୍ତି। ନିକଟରେ ଶୁଭମନ ଗିଲ ନ୍ୟୁଜିଲାଣ୍ଡ ବିପକ୍ଷରେ ଦ୍ୱିଶତକ ହାସଲ କରିଥିଲେ।

ସଚିନ ଖେଳିଥିବା ଉକ୍ତ ଦ୍ୱିଶତକୀୟ ଇନିଂସ ବିଷୟରେ କହିବାକୁ ଗଲେ ଉକ୍ତ ମ୍ୟାଚ୍‌ରେ ଭାରତ ପ୍ରଥମେ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ସଚିନ ଇନିଂସର ୫୦ତମ ଓଭରର ତୃତୀୟ ବଲ୍‌ରେ ଏକ ରନ୍‌ ନେଇ ନିଜର ଦ୍ୱିଶତକ ପୂରଣ କରିଥିଲେ। ସେ ୧୪୭ ବଲ୍‌ରେ ୨୦୦ ରନ୍‌ କରିଥିଲେ।

ସଚିନଙ୍କ ଏହି ସଫଳତା ପରେ କମେଣ୍ଟ୍ରି କରୁଥିବା ରବି ଶାସ୍ତ୍ରୀ କହିଥିଲେ, ‘୨୦୦ରେ ପହଞ୍ଚିଥିବା ପୃଥିବୀର ପ୍ରଥମ ବ୍ୟକ୍ତି ଏବଂ ସେ ହେଉଛନ୍ତି ଭାରତର ସୁପରମ୍ୟାନ୍‌। ଦୟାକରି ମୋର ପ୍ରଣାମ ଗ୍ରହଣ କର, ମାଷ୍ଟର’। ପରେ ସଚିନ ମ୍ୟାନ୍‌ ଅଫ ଦ ମ୍ୟାଚ୍‌ ପୁରସ୍କାର ପାଇବା ପରେ ଦ୍ୱିଶତକକୁ ଭାରତବାସୀଙ୍କୁ ଉତ୍ସର୍ଗ କରିଥିଲେ। ଆଜି ବି କ୍ରିକେଟ ପ୍ରଶଂସକ ଉକ୍ତ ଦିନ ସହ ଶାସ୍ତ୍ରୀଙ୍କ ଶବ୍ଦକୁ ମନେ ପକାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri