ଏହି ଦିନ ବିଧାୟକ ପାଣ୍ଠି ବଣ୍ଟନ ଆରମ୍ଭ କରିବେ ପାରଳାଖେମୁଣ୍ଡି ବିଧାୟକ

ଗଜପତି(ଗିରିଧାରୀ ପରିଛା):୩୧।୩: ଉତ୍କଳ ଦିବସ ଅବଶରରେ ନିଜର ପ୍ରଥମ ବିଧାୟକ ପାଣ୍ଠି ବଣ୍ଟନ ଆରମ୍ଭ କରିବେ ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ ପାଣିଗ୍ରାହୀ। ସମ୍ବାଦିକ ମାନଙ୍କ ସହ ଆଲୋଚନା ବେଳେ ପାଣିଗ୍ରାହି କହିଛନ୍ତି,  ନିଜ ନିର୍ବାଚନ ମଣ୍ଡଳୀର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ପାଇଁ ସେ ବିଧାୟକ ପାଣ୍ଠି ପ୍ରଦାନ କରିବେ। ଉତ୍କଳ ଦିବସରେ ପାଖାପାଖି ୩କୋଟି ଟଙ୍କାର ଅନୁଦାନ ଆରମ୍ଭ କରିବେ। ବିଶେଷ କରି ପାରଳାଖେମୁଣ୍ଡି ଜଗନ୍ନାଥ ମନ୍ଦିରର ଉନ୍ନତି ପାଇଁ ପୂର୍ବରୁ ୫୦ଲକ୍ଷ ଦେବାପାଇଁ ଘୋଷଣା କରିଥିବା ବେଳେ ଏହାକୁ ପ୍ରଦାନ କରାଯାଇ ଶୁଭାରମ୍ଭ କରାଯିବ। ଗୋଷାଣୀ ବ୍ଳକକୁ ପାଖାପାଖି ୧କୋଟି ୧୫ଲକ୍ଷ, କାଶୀନଗର ବ୍ଲକ ୫୬ଲକ୍ଷ, ଗୁମ୍ମାବ୍ଳକ ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ୨୦ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ଦେବାପାଇଁ ସ୍ଥିର କରାଯାଇଛି।
ସେହିଭଳି ପାରଳାଖେମୁଣ୍ଡି ସହରର ନିମନ୍ତେ ୮୦ଲକ୍ଷ ଟଙ୍କାର ଅନୁଦାନ ପ୍ରଦନା କରିବା ପାଇଁ ଘୋଷଣା କରାଯାଇଛି। ଏହାସହ ଗୋଷାଣୀ ବ୍ଳକ ଅଧିନସ୍ଥ କେରାଣ୍ଡି ପଞ୍ଚାୟତର  ମହେନ୍ଦ୍ର ତନାୟ ନଦୀ ପ୍ରାଙ୍ଗଣରେ ନୂତନ ଭାବେ ନିର୍ମାଣଧୀନ ଥିବା ଶ୍ମଶାନ ଘାଟ ନିମନ୍ତେ ୫ଲକ୍ଷ ଟଙ୍କା ପ୍ରଦନା କରାଯିବ।
       ଏହାସହ ସେ କହିଥିଲେ ସେ ନିଜ ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ଯେଉଁ  ସବୁ ସମସ୍ୟା ରହିଛି ସେହି ସମସ୍ୟା ଗୁଡିକୁ ତୁରନ୍ତ ସମାଧାନ ପାଇଁ କାର୍ଯ୍ୟ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri