ଏହି ଦିନ ଓଡ଼ିଶା ଆସି ‘ସୁଭଦ୍ରା’ ଟଙ୍କା ବାଣ୍ଟିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୨।୯: ବହୁଚର୍ଚ୍ଚିତ ‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ସୁଭଦ୍ରା ଟଙ୍କା ବାଣ୍ଟିବେ ବୋଲି ଜଣାପଡିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୭ ଅର୍ଥାତ୍‌ ନିଜ ଜନ୍ମଦିନରେ ଓଡ଼ିଶା ଗସ୍ତରେ ଆସିବେ ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।
ଏହି ସୂଚନା ଦେଇ ସେ କହିଛନ୍ତି, ୧୭ ତାରିଖରେ ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ସେହି ଦିନ ଏହି ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରାଯିବ।
ସୁଭଦ୍ରା ଯୋଜନାର ସମସ୍ତ ସୂଚନା ପାଇଁ ସୋମବାର ‘ସୁଭଦ୍ରା ପୋର୍ଟାଲ’ ଉନ୍ମୋଚନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରାର ସମସ୍ତ ସୂଚନା ଏଣିକି ସୁଭଦ୍ରା ପୋର୍ଟାଲରେ ଉପଲବ୍ଧ ହେବ। ସୁଭଦ୍ରା ଯୋଜନା ବିଷୟରେ ଜାଣିବାକୁ ଚାହୁଁଥିଲେ ଜଣେ ହିତାଧୀକାରୀ http://subhadra.odisha.gov.in ଲଗ୍‌ ଇନ୍‌ କରି ସବୁକିଛି ସୂଚନା ପାଇପାରିବେ।
ଉପମୁଖ୍ୟମନ୍ତ୍ରୀ କହିଛନ୍ତି, କିଛି ତଥ୍ୟ ଜାଣିବାକୁ ଚାହୁଁଥିଲେ ପୋର୍ଟାଲରୁ ହିଁ ଜାଣିହେବ। ସୁଭଦ୍ରା ଯୋଜପାର ଫର୍ମ ବଣ୍ଟନ ଆରମ୍ଭ ହୋଇଛି, ୪ରୁ ଫର୍ମ ସଂଗ୍ରହ ଆରମ୍ଭ ହେବ। ଫର୍ମ ପୂରଣ କରି ଆଧାର କାର୍ଡ ନକଲ ସହ ଦାଖଲ କରିବେ। ମୋ ସେବା କେନ୍ଦ୍ର ବା ଜନସେବା କେନ୍ଦ୍ରରେ ଫର୍ମ ଦାଖଲ କରି ପାରିବେ। ଫର୍ମ ବଣ୍ଟନ ଓ ଦାଖଲ ସଂପୂର୍ଣ୍ଣ ମାଗଣାରେ ହେବ। ରାକ୍ଷୀ ପୂର୍ଣ୍ଣିମାରେ ମିଳିବାକୁ ଥିବା କିସ୍ତି ୧୭ରୁ ଆରମ୍ଭ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିନରେ ନିଜେ ପ୍ରଧାନମନ୍ତ୍ରୀ ଶୁଭାରମ୍ଭ କରିବେ। ସବୁ ଯୋଗ୍ୟ ମହିଳାଙ୍କୁ ମିଳିବା ପର୍ଯ୍ୟନ୍ତ ଏହା ଚାଲୁ ରହିବ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri