ସାମ୍ନାକୁ ଆସିଲା ତାରିଖ, ଏହି ଦିନ ଖୋଲିପାରେ ରତ୍ନଭଣ୍ଡାର

ପୁରୀ,୩ା୭(ଅଜିତ୍‌ କୁମାର ମହାନ୍ତି): ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ଆସନ୍ତା ରଥଯାତ୍ରା ସମୟରେ ଖୋଲିପାରେ। ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ୭ତାରିଖରେ ଅନୁଷ୍ଠିତ ହେବ। ରଥଯାତ୍ରା ପରଦିନ ଅର୍ଥାତ ୮ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିପାରେ ବୋଲି ଶୁଣିବାକୁ ମିଳୁଛି। ସୂଚନା ଅନୁଯାୟୀ, ଚଳିତ ମାସ ୮ ତାରିଖଠାରୁ ୨୭ତାରିଖ ପର୍ଯ୍ୟନ୍ତ ଅର୍ଥାତ ୨୦ ଦିନ ଧରି ରତ୍ନଭଣ୍ଡାର ଖୋଲାଯାଇ ରତ୍ନ ଅଳଙ୍କାରଗୁଡ଼ିକୁ ଗଣତିମଣତି କରାଯାଇପାରେ। ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ଚଳିତ ମାସ ୫ତାରିଖରେ ରତ୍ନଭଣ୍ଡାର ତଦାରଖ କମିଟି ବୈଠକ ଅନୁଷ୍ଠିତ ହୋଇପାରେ। ତେଣୁ କମିଟି ଅଧ୍ୟକ୍ଷ ଜଷ୍ଟିସ୍‌ ଅରିଜିତ ପଶାୟତ ୪ ତାରିଖରେ ଓଡ଼ିଶା ଆସୁଥିବା ସୂଚନା ମିଳିବା ପରେ ୫ତାରିଖରେ ବୈଠକ ବସି ରତ୍ନଭଣ୍ଡାର ଖୋଲିବା ନେଇ ଆଲୋଚନା କରାଯିବା ସହ ଅଳଙ୍କାର ଗଣତିମଣତି ନେଇ ନିଷ୍ପତ୍ତି ହୋଇପାରେ ବୋଲି ଅନୁମାନ କରାଯାଉଛି। ତେବେ ଏନେଇ ରାଜ୍ୟ ସରକାର କିମ୍ବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ। ଅପରପକ୍ଷରେ ପୂର୍ବରୁ ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ୮ତାରିଖରେ ରତ୍ନଭଣ୍ଡାର ଖୋଲାଯିବା ନେଇ ଏଏସ୍‌ଆଇ ସୁପରିଣ୍ଟେଣ୍ଡେଣ୍ଟ ସୂଚନା ଦେଇଥିଲେ, ଯାହାକୁ ପରେ ଆଇନମନ୍ତ୍ରୀ ଖଣ୍ଡନ କରିଥିଲେ। ସରକାରଙ୍କ ପକ୍ଷରୁ ଅନେକ ସମୟରେ କୁହାଯାଇଛି କି, ଉପଯୁକ୍ତ ସମୟରେ ରତ୍ନଭଣ୍ଡାର ଖୋଲାହେବ। ମାତ୍ର କେଉଁ ସମୟରେ ଖୋଲାହେବ ସେ ନେଇ କୌଣସି ସୂଚନା ପ୍ରଦାନ କରାଯାଉନାହିଁ। ରଥଯାତ୍ରା ପୂର୍ବରୁ ଜଷ୍ଟିସ୍‌ ପଶାୟତଙ୍କ ପୁରୀ ଗସ୍ତ ଏବଂ ୨୭ ତାରିଖ ପର୍ଯ୍ୟନ୍ତ ପୁରୀରେ ଅବସ୍ଥାନ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯିବା ଓ ସୁରକ୍ଷା ଯୋଗାଇଦେବା ଆଦି ସୂଚନା ମିଳିବା ପରେ ଆସନ୍ତା ୮ ତାରିଖରେ ରତ୍ନଭଣ୍ଡାର ଖୋଲାଯିବା ନେଇ ଚର୍ଚ୍ଚା ବଢିଛି। ତେବେ ରାଜ୍ୟ ସରକାରଙ୍କ ଘୋଷଣା ପରେ ସମସ୍ତ କଥା ସ୍ପଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୂପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୂପା ମୂଲ୍ୟରେ ମଧ୍ୟ ଏକ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ଭିତ୍ତିଭୂମି ଅଭାବରେ କ୍ରୀଡ଼ା ବିକାଶ ଦିଗହରା: ଜାତୀୟସ୍ତରରେ ସଫଳତା ସତ୍ତ୍ୱେ ମିଳୁନି ପ୍ରୋତ୍ସାହନ

ଅମରପାଲି,୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଉପଖଣ୍ଡରେ ଭିତ୍ତିଭୂମି ଅଭାବ କାରଣରୁ କ୍ରୀଡ଼ାର ବିକାଶ କ୍ଷେତ୍ରରେ ଦିଗହରା ହୋଇଛି। ବୀରମହାରାଜପୁର ଏନ୍‌ଏସି, ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକକୁ…

ପୂର୍ବତନ ବିଧାୟକଙ୍କ ଝିଅଙ୍କୁ ଯୌତୁକ ନିର୍ଯାତନା,ହତ୍ୟା ଉଦ୍ୟମ: ଅଭିଯୁକ୍ତ ସ୍ବାମୀଙ୍କୁ ଅନୁଗୋଳରୁ ଗିରଫ କଲା ପୋଲିସ

ଦେବଗଡ,୬।୮(ଶଶାଙ୍କ ଶେଖର ଝାଙ୍କର) : ଦେବଗଡ ସହରର ଜଣେ ଯୁବତୀଙ୍କୁ ବିବାହ ପରେ ଯୌତୁକ ନିର୍ଯାତନା ଓ ହତ୍ୟା ଉଦ୍ୟମ ଅଭିଯୋଗରେ ଦେବଗଡ ଥାନା ପୋଲିସ ଅନୁଗୋଳର…

ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଯୁଗ୍ମ ରାଜ୍ୟ ସମ୍ପାଦକ ହେଲେ କର୍ଣ୍ଣରାଜ

ଅମରପାଲି, ୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମର କର୍ଣ୍ଣରାଜ ପଧାନ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ, ଓଡ଼ିଶା ଶାଖାର ଯୁଗ୍ମ ରାଜ୍ୟ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri