ଇଞ୍ଜିନିୟର୍‌ରୁ ବଲିଉଡ୍‌ର ଜଣେ ସଫଳ ଅଭିନେତା

ବଲିଉଡ୍‌ ଅଭିନେତା ବିକି କୌଶଲ ଆଜି ୩୪ ବର୍ଷରେ ପଦାର୍ପଣ କରିଛନ୍ତି। ଏଥର ତାଙ୍କ ଜନ୍ମଦିନ ସ୍ବତନ୍ତ୍ର ହେବାକୁ ଯାଉଛି। ବିବାହ ପରେ ସେ ସ୍ତ୍ରୀ କ୍ୟାଟ୍ରିନା କୈଫ୍‌ଙ୍କ ସହ ପ୍ରଥମ ଥର ପାଇଁ ପାଳନ କରିବାକୁ ଯାଉଛନ୍ତି। ଦୁହେଁ ଏବେ ନ୍ୟୁୟର୍କରେ ଅଛନ୍ତି। ବିକିଙ୍କ ପିତା ଶ୍ୟାମ କୌଶଲ ମଧ୍ୟ ଫିଲ୍ମ ଇଣ୍ଡଷ୍ଟ୍ରିର ଅଟନ୍ତି। ସେ ଜଣେ ପ୍ରସିଦ୍ଧ ଆକ୍ସନ ନିର୍ଦ୍ଦେଶକ। ଅନେକ ହିଟ ଫିଲ୍ମ ପାଇଁ ସେ ଆକ୍ସନ ଦୃଶ୍ୟ ଡିଜାଇନ କରିଛନ୍ତି। ତାଙ୍କ ଭାଇ ସନ୍ନି ମଧ୍ୟ ଜଣେ ଅଭିନେତା।
ଖୁବ କମ ଲୋକ ଜାଣନ୍ତି, ବିକି ଜଣେ ଅଭିନେତା ହେବା ପୂର୍ବରୁ ଜଣେ ଇଞ୍ଜିନିୟର ଥିଲେ। ବି-ଟେକ୍‌ ପରେ, ୨୦୧୨ରେ, ସେ ଫିଲ୍ମ ଜଗତରେ ପ୍ରବେଶ କରିବାକୁ ନିଷ୍ପତ୍ତି ନେଇଥିଲେ। ସେ ‘ଗ୍ୟାଙ୍ଗସ ଅଫ ୱାସେପୁର’ରେ ସହକାରୀ ନିର୍ଦ୍ଦେଶକ ଭାବରେ ନିଜର କ୍ୟାରିଅର୍‌ ଆରମ୍ଭ କରିଥିଲେ। ଏହି ଫିଲ୍ମରେ ସେ ଏକ ଛୋଟ ଭୂମିକା ମଧ୍ୟ ଗ୍ରହଣ କରିଥିଲେ। ଏହା ପରେ, ସେ ଫିଲ୍ମ ‘ମସାନ’ରେ ଜଣେ ମୁଖ୍ୟ ଅଭିନେତା ଭାବରେ ୨୦୧୫ରେ କାମ କରିବାର ସୁଯୋଗ ପାଇଥିଲେ। ଏହି ଫିଲ୍ମଟି ତାଙ୍କ କ୍ୟାରିଅର୍‌ ଟର୍ଣ୍ଣି ପଏଣ୍ଟ୍‌ ଥିଲା। ତାଙ୍କୁ ପ୍ରକୃତ ପରିଚୟ ଦେଇଥିବା ଫିଲ୍ମଟି ହେଲା ‘ଉରି’। ଏହି ଫିଲ୍ମଟି ବିକିଙ୍କ ଭାଗ୍ୟ ବଦଳାଇ ଦେଇଥିଲା। ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ତାଙ୍କୁ ରାତାରାତି ଷ୍ଟାର କରିଥିଲା। ଏହି ଫିଲ୍ମ ପାଇଁ ବିକିଙ୍କୁ ଜାତୀୟ ପୁରସ୍କାରରେ ସମ୍ମାନିତ କରାଯାଇଥିଲା।
ବିକି ଆଜିକାଲି ଅନେକ ବଡ ପ୍ରୋଜେକ୍ଟରେ କାମ କରୁଛନ୍ତି। ତାଙ୍କୁ ଶଶାଙ୍କ ଖୈତାନଙ୍କ ଫିଲ୍ମ ‘ଗୋବିନ୍ଦା ନାମ ମେରା’ରେ ଦେଖିବାକୁ ମିଳିବ। ଏହି ସମୟରେ ତାଙ୍କୁ ମେଘନା ଗୁଲଜାରଙ୍କ ଫିଲ୍ମ ‘ଶାମ ବାହାଦୂର’ରେ ମଧ୍ୟ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଇଥିଓପିଆରେ ମୋଦି ମ୍ୟାଜିକ, ପ୍ରଧାନମନ୍ତ୍ରୀ ଆବି ଅହମଦ ଅଲି ବ୍ୟକ୍ତିଗତ ଭାବେ କାର ଚଲାଇ ବିମାନବନ୍ଦରରେ ଛାଡିଲେ

ଆଦିସ ଅବାବା,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ତିନୋଟି ଦେଶ ଗସ୍ତରେ ଅଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଇଥିଓପିଆରେ ପହଞ୍ଚିଥିଲେ, ଯେଉଁଠାରେ ଇଥିଓପିଆ ପ୍ରଧାନମନ୍ତ୍ରୀ...

ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି...

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

୪ମାସ ପର୍ଯ୍ୟନ୍ତ ଦେବାକୁ ପଡିବନି ଟୋଲ ଟାକ୍ସ!

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ବୃଦ୍ଧି ପାଉଛି। ପ୍ରଦୂଷଣକୁ ଦୃଷ୍ଟିରେ ରଖି, ସୁପ୍ରିମକୋର୍ଟ ଭାରତୀୟ ମହାନଗର ନିଗମ (ଏମସିଡି)କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି...

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri