Posted inରାଜ୍ୟ

ଏଫ୍‌ବିଆଇ ସହାୟତା ଲୋଡ଼ିଛୁ: ନବୀନ

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟାକାଣ୍ଡକୁ ନେଇ ୨ ଦିନ ହେବ ବିଧାନସଭା ହୁଲସ୍ଥୂଲ ହୋଇଛି। ବିରୋଧୀ ଦଳ ସଦସ୍ୟମାନେ ହତ୍ୟାକାଣ୍ଡ ପଛରେ ରାଜନୈତିକ ଷଡ଼ଯନ୍ତ୍ର ଥିବା ନେଇ ଅଭିଯୋଗ କରିବା ସହ ସିବିଆଇ ତଦନ୍ତ ଦାବି କରୁଛନ୍ତି। ବିରୋଧୀଙ୍କ ଆକ୍ରମଣାତ୍ମକ ଆଚରଣ ଦେଖି ହତ୍ୟାକାଣ୍ଡ ସମ୍ପର୍କରେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ବିବୃତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ଏକ ସମ୍ବେଦନଶୀଳ ହତ୍ୟାକାଣ୍ଡ। ଅପରାଧୀର ବ୍ୟବହାରିକ ବିଶ୍ଳେଷଣ କରିବା ପାଇଁ ଆମେରିକାର ଫେଡେରାଲ ବ୍ୟୁରୋ ଅଫ୍‌ ଇନ୍‌ଭେଷ୍ଟିଗେଶନ(ଏଫ୍‌ବିଆଇ)ର ସହାୟତା ନେବା ପାଇଁ ରାଜ୍ୟ କ୍ରାଇମ୍‌ବ୍ରାଞ୍ଚ ଉଦ୍ୟମ କରୁଛି । ଏଫ୍‌ବିଆଇ ସଂସ୍ଥାର ବିହେଭିଅର ସଫୋର୍ଟ ୟୁନିଟ୍‌ ଦ୍ୱାରା ଅଭିଯୁକ୍ତର ବ୍ୟବହାରିକ ମୂଲ୍ୟାୟନ କରିବା ପାଇଁ ଓଡ଼ିଶା ସରକାର ଭାରତ ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ସହଯୋଗ ଲୋଡ଼ିଛନ୍ତି।

ଘଟଣାର ପୁଙ୍ଖାନୁପୁଙ୍ଖ ତଥା ବୈଜ୍ଞାନିକ ଅନୁସନ୍ଧାନ କରି ସତ୍ୟକୁ ପଦାକୁ ଆଣିବା ପାଇଁ କ୍ରାଇମ୍‌ବ୍ରାଞ୍ଚକୁ ନିର୍ଦ୍ଦେଶ ଦିଆଯାଇଛି। କ୍ରାଇମ୍‌ବ୍ରାଞ୍ଚ ଏଥିପାଇଁ ଦେଶର ଶ୍ରେଷ୍ଠ ଫରେନସିକ୍‌ ବିଶେଷଜ୍ଞମାନଙ୍କ ସହାୟତା ନେଉଛି। ରାଜ୍ୟ ଫରେନସିକ୍‌ ସାଇନ୍ସ ଲାବୋରେଟୋରି, ନୂଆଦିଲ୍ଲୀସ୍ଥିତ କେନ୍ଦ୍ରୀୟ ଫରେନସିକ୍‌ ଲାବୋରେଟୋରି ଏବଂ ଗାନ୍ଧୀନଗରସ୍ଥିତ ଗୁଜରାଟ ରାଜ୍ୟ ଫରେନସିକ୍‌ ସାଇନ୍ସ ଲାବୋରେଟୋରି ଏ ଦିଗରେ ରାଜ୍ୟ କ୍ରାଇମ୍‌ବ୍ରାଞ୍ଚକୁ ସହାୟତା କରୁଛନ୍ତି। ସାକ୍ଷୀମାନଙ୍କ ବକ୍ତବ୍ୟ ତଥା ଅଭିଯୁକ୍ତ ଗୋପାଳ ଦାସଙ୍କୁ ଜେରାକୁ ଭିତ୍ତିକରି ଅଭିଯୁକ୍ତର ମାନସିକ ଅବସ୍ଥାର ଅନୁଶୀଳନ ପାଇଁ ଏକ ୪ ଜଣିଆ ମାନସିକ ରୋଗ ବିଶେଷଜ୍ଞ ବୋର୍ଡ ଦ୍ବାରା କରାଯାଇଛି। ଏହାଛଡ଼ା ଅଭିଯୁକ୍ତ ସତ କହୁଛି କି ପ୍ରତାରଣା କରୁଛି, ତାହାକୁ ପରୀକ୍ଷା କରିବା ପାଇଁ ତା’ର ଫରେନସିକ୍‌ ସାଇକୋଲୋଜିକାଲ ଆସେସ୍‌ମେଣ୍ଟ ଏବଂ ଲାୟଡ୍‌ ଭୟେସ ଆନାଲିସିସ୍‌ ଟେଷ୍ଟ, ନୂଆଦିଲ୍ଲୀ କେନ୍ଦ୍ରୀୟ ଫରେନସିକ୍‌ ସାଇନ୍ସ ଲାବୋରେଟୋରି ବିଶେଷଜ୍ଞମାନଙ୍କ ଦ୍ବାରା କରାଯାଇଛି । ଅଭିଯୁକ୍ତଠାରୁ ସତ୍ୟ ବାହାର କରିବା ପାଇଁ ଗୁଜରାଟ ରାଜ୍ୟ ଫରେନସିକ୍‌ ସାଇନ୍ସ ଲାବୋରେଟୋରି ବିଶେଷଜ୍ଞଙ୍କ ଦ୍ବାରା ନାର୍କୋ ଆନାଲିସିସ୍‌ କରାଯାଇଛି। ସତ୍ୟର ଉଦ୍‌ଘାଟନ ପାଇଁ ସମସ୍ତ ସମ୍ଭାବ୍ୟ ପଦକ୍ଷେପ ଗ୍ରହଣ କରାଯିବା ସହିତ ଶ୍ରେଷ୍ଠ ବିଶେଷଜ୍ଞମାନଙ୍କ ପରାମର୍ଶ ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ଗୃହକୁ ଅବଗତ କରିଛନ୍ତି।

ଦେଶ ତଥା ଦେଶ ବାହାରର ପ୍ରତିଷ୍ଠିତ ଫରେନସିକ୍‌ ବିଶେଷଜ୍ଞମାନଙ୍କ ସହାୟତା ନେଇ ଏହି ମାମଲାର ସମ୍ପୂର୍ଣ୍ଣ ନିରପେକ୍ଷ ତଦନ୍ତକୁ ସୁନିଶ୍ଚିତ କରିବା ଦିଗରେ ସମସ୍ତ ପଦକ୍ଷେପ ନିଆଯିବ। ତେବେ ଏଭଳି ଏକ ସମ୍ବେଦନଶୀଳ ଘଟଣାକୁ ନେଇ ଯେଉଁଭଳି ଢଙ୍ଗରେ ରାଜନୀତୀକରଣ କରାଯାଉଛି, ତାହା କେବଳ ମୋତେ ନୁହେଁ, ସାରା ଓଡ଼ିଶାବାସୀଙ୍କୁ ବ୍ୟଥିତ କରିଛି। ଯେଭଳି ଭାବରେ ଭିତ୍ତିହୀନ ଓ ମନ୍ଦ ଉଦ୍ଦେଶ୍ୟ ପ୍ରଣୋଦିତ ଅଭିଯୋଗ କରାଯାଉଛି, ତାହା ଅତ୍ୟନ୍ତ ପରିତାପର ବିଷୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ମାମଲାର ତଦନ୍ତ କାର୍ଯ୍ୟ ତଦାରଖ କରିବା ପାଇଁ ହାଇକୋର୍ଟ ଜଣେ ଅବସରପ୍ରାପ୍ତ ବିଚାରପତିଙ୍କୁ ନିଯୁକ୍ତି ଦେବା ପରେ ପୋଲିସର ତଦନ୍ତ ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବରେ ବିଚାର ବିଭାଗର ତତ୍ତ୍ବାବଧାନରେ କରାଯାଉଛି। ତେଣୁ ଏହି କେସ୍‌କୁ ନେଇ ରାଜନୀତି କରିବା, ଭିତ୍ତିହୀନ ଅଭିଯୋଗ ଆଣିବାର କ’ଣ ଆବଶ୍ୟକତା ଅଛି ବୋଲି ମୁଖ୍ୟମନ୍ତ୍ରୀ ବିରୋଧୀଙ୍କୁ ପ୍ରଶ୍ନ କରିଛନ୍ତି। ଆମେ ସମସ୍ତେ ଆମର ସ୍ବାଧୀନ ବିଚାର ବ୍ୟବସ୍ଥାକୁ ସମ୍ମାନ ଦେବା ସହ ଏହା ଉପରେ ଭରସା ରଖିବା ଉଚିତ। ଏହି କେସ୍‌ରେ ଯେଉଁ ଢଙ୍ଗରେ ରାଜନୈତିକ ଆଲୋଚନା କରାଯାଉଛି, ତାହା ଅତ୍ୟନ୍ତ ନିନ୍ଦାଜନକ। ଗୋଟିଏ ସମ୍ବେଦନଶୀଳ ଅପରାଧ ଉପରେ ରାଜନୀତି ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ। ବିରୋଧୀ ଦଳର କେତେକ ନେତା, ବିଶେଷକରି ରାଜ୍ୟ ଭାଜପା ନେତାମାନେ ରାଜ୍ୟ ପୋଲିସ ଉପରେ ଯେଭଳି ରୁଚିହୀନ ମନ୍ତବ୍ୟ ହେଉଛନ୍ତି, ତାହା ଚିନ୍ତାଜନକ। ଭାଜପାର ଏହି ଜଘନ୍ୟ ଘଟଣାର ରାଜନୀତୀକରଣ କରିବା ବ୍ୟତୀତ ଅନ୍ୟ କୌଣସି କାର୍ଯ୍ୟକ୍ରମ ନାହିଁ। ଏହା ଓଡ଼ିଶା ପୋଲିସର ମନୋବଳକୁ ଦୁର୍ବଳ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଅତୀତରେ ଏହିଭଳି ଦୁର୍ଭାଗ୍ୟଜନକ ମର୍ମନ୍ତୁଦ ଘଟଣା ସାମରିକ ବାହିନୀ ତଥା କେନ୍ଦ୍ରୀୟ ଅର୍ଦ୍ଧସାମରିକ ବାହିନୀରେ କାର୍ଯ୍ୟରତ କର୍ମଚାରୀମାନଙ୍କ କ୍ଷେତ୍ରରେ ମଧ୍ୟ ଘଟିଛି। କିନ୍ତୁ କେବେ ବି ଏଥିପାଇଁ ପୂରା ସାମରିକ ବା ପୋଲିସ ବାହିନୀକୁ ନିନ୍ଦିତ କରିବାପାଇଁ ଉଦ୍ୟମ ହୋଇନାହିଁ। ଭାଜପା ଏହି ଘଟଣାରେ ରାଜ୍ୟ ପୋଲିସକୁ ନିନ୍ଦିତ କରିବା ସହ ଯୁବଶକ୍ତିର ଅପମାନ କରିଛି। ଓଡ଼ିଶାବାସୀ ଏଥିପାଇଁ କେବେ ବି କ୍ଷମା ଦେବେନାହିଁ। ଜଣେ ପୋଲିସ କର୍ମଚାରୀଙ୍କ କାର୍ଯ୍ୟ ଯୋଗୁ ସମଗ୍ର ପୋଲିସ ବାହିନୀକୁ ଅଯଥାରେ ଅପରାଧୀ ଆଖ୍ୟା ଦିଆଯାଇଛି। ଏହା ହେଉଛି ରାଜ୍ୟ ପୋଲିସ ଓ ଗୃହରକ୍ଷୀ ବାହିନୀରେ କାର୍ଯ୍ୟରତ ୯୦ ହଜାର ଓଡ଼ିଆ ଯୁବତୀ ଯୁବକ ଓ ସେମାନଙ୍କ ପରିବାର ପାଇଁ ଅପମାନ। ରାଜ୍ୟ ଶାସନ ବ୍ୟବସ୍ଥାର ଗୁରୁତ୍ୱପୂର୍ଣ୍ଣ ଅଙ୍ଗଗୁଡ଼ିକୁ ନିନ୍ଦିତ କରିବା ଓ ଭୟଙ୍କର ଭାବରେ ଚିତ୍ରଣ କରିବାରୁ ବିରତ ରହିବା ଉଚିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ପରୋକ୍ଷରେ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଉଚ୍ଚ ସାମ୍ବିଧାନିକ ପଦବୀ ଅଳଙ୍କୃତ କରିଥିବା ଜଣେ ବ୍ୟକ୍ତି ଦାୟିତ୍ୱରେ ଥିବା ଜଣେ ମହିଳା ପୋଲିସ ଅଧିକାରୀଙ୍କୁ ଆକ୍ରମଣ କରିବା ଅତ୍ୟନ୍ତ ନିନ୍ଦନୀୟ ଓ ଅଶୋଭନୀୟ। ଓଡ଼ିଶା ସବୁବେଳେ ମହିଳାମାନଙ୍କୁ ସମ୍ମାନ ଜଣାଇଆସିଛି । ଏଭଳି ଲଜ୍ଜାଜନକ ଆଚରଣକୁ ଓଡ଼ିଶାବାସୀ କେବେ କ୍ଷମାଦେବେ ନାହିଁ । ଅପରାଧୀମାନଙ୍କୁ ଆଇନର କାଠଗଡ଼ାକୁ ଆଣିବା ଏବଂ ସେମାନଙ୍କୁ କଠୋର ଦଣ୍ଡ ଦେବା ମୋ ସରକାରର ଏକମାତ୍ର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri