ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ

ଭୁବନେଶ୍ୱର,୭।୧୨(ବ୍ୟୁରୋ):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ କରାଯାଇଛି। ବରିଷ୍ଠ ଓଏଏସ୍‌ ଅଫିସର ସରିତା ଧନୱରଙ୍କୁ ରାଜ୍ୟ ଯୋଗାଣ ନିଗମର ଜେନେରାଲ ମ୍ୟାନେଜର, ବରିଷ୍ଠ ଓଏଏସ୍‌ ଅଫିସର ସୁଧାକର ଶବରଙ୍କୁ ଓ ଆଗ୍ରୋ ଇଣ୍ଡଷ୍ଟ୍ରିଜ୍‌ କର୍ପୋରେଶନର ଜେନେରାଲ ମ୍ୟାନେଜର ଭାବେ ବଦଳି କରାଯାଇଛି । ଓଡ଼ିଶା କ୍ଷୁଦ୍ର ଖଣିଜ ନିର୍ଦ୍ଦେଶାଳୟର ଯୁଗ୍ମ ପ୍ରଶାସନିକ ଅଧିକାରୀ ଦେବାଶୀଷ ପଟ୍ଟନାୟକଙ୍କୁ ଖଣି ଓ ଭୂତତ୍ତ୍ୱ ନିର୍ଦ୍ଦେଶାଳୟର ଅତିରିକ୍ତ ନିର୍ଦ୍ଦେଶକ, ବ୍ରହ୍ମପୁର ଉନ୍ନୟନ ପ୍ରାଧିକରଣର ସଚିବ ସମ୍ବିତ କୁମାର ରାଉତଙ୍କୁ ବ୍ରହ୍ମପୁର ମହାନଗର ନିଗମର ଅତିରିକ୍ତ କମିଶନର ଭାବେ ବଦଳି ହୋଇଛି ।

ସେହିପରି ବ୍ରହ୍ମପୁର ମହାନଗରର ଅତିରିକ୍ତ କମିଶନର ନୀଳମାଧବ ଭୋଇଙ୍କୁ ଗଞ୍ଜାମ ଡିୟୁଡିଏର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି ହୋଇଛି । ମହିଳା ଓ ଶିଶୁବିକାଶ ବିଭାଗର ଯୁଗ୍ମ ସଚିବ କଲ୍ୟାଣୀ ପଟ୍ଟନାୟକଙ୍କୁ ହସ୍ତତନ୍ତ ଓ ବୟନ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି ହୋଇଛି । ସେ ଭୁବନେଶ୍ୱର ଉତ୍କଳିକାର ମ୍ୟାନେଜର ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଯୋଡ଼ା ମ୍ୟୁନିସପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରୀ ବିଚିତ୍ରାନନ୍ଦ ନାୟକଙ୍କୁ ସମବାୟ ବିଭାଗର ଉପସଚିବ ଓ ପୁରୀ ଡେପୁଟି କଲେକ୍ଟର ଜିତେନ୍ଦ୍ର କୁମାର ପାତ୍ରଙ୍କୁ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାନା ପାଟେକରଙ୍କ ପରିବାରରେ କିଏ କିଏ ଅଛନ୍ତି? ପତ୍ନୀଙ୍କଠାରୁ ଅଲଗା ରହୁଥିଲା ବେଳେ ଜଣେ ପୁଅଙ୍କର ମୃତ୍ୟୁ ହୋଇସାରିଛି

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର…

୪ ଦଫା ଦାବିରେ ଓଡ଼ିଶା ବନ୍ଦ, ପଦ୍ମପୁରରେ କଂଗ୍ରେସର ପିକେଟିଂ

ପଦ୍ମପୁର, ୮।୧୦ (ପ୍ରଦୀପ୍ତ ଦାଶ): ୪ ଦଫା ଦାବି ନେଇ କଂଗ୍ରେସ ଓ ‘ଇଣ୍ଡି’ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗୁରୁବାର ସକାଳୁ…

ଆସିଲା ନାନା ପାଟେକରଙ୍କ ମୃତ୍ୟୁର ଅସଲ କାରଣ! ଡାକ୍ତର କହିଲେ…

ମୁମ୍ବାଇ,୮।୧୦: ବରିଷ୍ଠ ଅଭିନେତା ନାନା ପାଟେକର ଗୁରୁବାର ସକାଳ ୫ଟା୨୦ ସମୟରେ ପରଲୋକ ହୋଇଛି। ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି।…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏଇ ଭାରତରେ

ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍‌ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି…

ଅଶୀ ଦଶକର ସ୍ମୃତି

ଆଜିକାଲି ସୋସିଆଲ ମିଡିଆରେ ଅତୀତର ସ୍ମୃତି ବା ‘ନୋଷ୍ଟାଲଜିଆ’ର ଏକ ଲହରି ଖେଳିଯାଇଥିବା ପରି ମନେହୁଏ। ଅଶୀ ଦଶକର ଶୈଳୀରେ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଫଟୋ…

ଦୂର ଅତୀତର ଗାଁ ହାଟ

ହାହାଟ ବାରିଦିନ ଗାଁ ଏକ ଛୋଟକାଟର ଦିନିକିଆ ସହର ବା ବଜାରର ଭ୍ରମ ସୃଷ୍ଟି କରେ। ସହରରେ ବି ସାପ୍ତାହିକ ହାଟ ବସି ଗ୍ରାମ୍ୟ ସଂସ୍କୃତିକୁ ଉଜ୍ଜୀବିତ…

ବାଣିଜ୍ୟିକ ବିଶ୍ୱାସରେ ଖାଦ୍ୟାଭ୍ୟାସ

ଆପଣ କେବେ ଏହା ଜାଣିବାକୁ କୌତୂହଳୀ ହୋଇଛନ୍ତି କି, କାହିଁକି ଇହୁଦୀମାନେ କୋଶେର ନିୟମ ପାଳନ୍ତି, ମୁସଲମାନମାନେ ହଲାଲ ଖାଦ୍ୟ ଖାଆନ୍ତି? ଆପଣ କେବେ ଭାବିଛନ୍ତି କି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?