କିଏ ଏହି କୁନିବାବା? ଯାହାଙ୍କ ବେକରେ ଫୁଲମାଳ, ପାଦତଳେ ତୁଳସୀ

ଭୁବନେଶ୍ୱର,୧୭ା୧୧: ସୋସିଆଲ ମିଡିଆରେ ଜଣେ ନାବାଳକଙ୍କ ବେକରେ ଫୁଲମାଳ ଏବଂ ପାଦତଳେ ତୁଳସୀ ଥିବାର ଫଟୋ ଏବଂ ଭିଡିଓ ଭାଇରାଲ ହେଉଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ନିଜକୁ କଳ୍‌କୀ ଅବତାର ଦର୍ଶାଇ ପାଦତଳେ ତୁଳସୀ ରଖୁଥିବାରୁ ବିବାଦ ଦେଖାଦେଇଛି। ରାଜଧାନୀର ଏକ ସେବାଶ୍ରମରେ ଥିବା ଏହି କୁନି ବାବାଙ୍କ ନାଁରେ ଭରତପୁର ଥାନାରେ ଅଭିଯୋଗ ହୋଇଛି। ପୋଲିସ ବିଭିନ୍ନ ଦିଗକୁ ନେଇ ତଦନ୍ତ ଆରମ୍ଭ କରିଛି।

କେବେଠାରୁ ଏହି ସେବାଶ୍ରମ ଚାଲିଛି, କେଉଁମାନେ ଏହି ଆଶ୍ରମ ପରିଚାଳନା କରୁଛନ୍ତି ଏବଂ କିଏ କିଏ ଏଠାକୁ ଯିବାଆସିବା କରନ୍ତି ଏସବୁ ଦିଗକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି। ତେବେ ପ୍ରମାଣ ମିଳିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। କୁନି ବାବା ନାବାଳକ ହୋଇଥିବାରୁ ଚାଇଲ୍ଡ ଲାଇନ ଓ୍ବେଲ୍‌ଫେୟାର ଜରିଆରେ ତଦନ୍ତ ହେବ। ଉଭୟ ବାପା-ପୁଅଙ୍କ ନୋଟିସ୍‌ କରାଯାଇଛି।

ଏହି ଘଟଣାରେ ନିଜ ଆଡୁ ଶିଶୁ ଆୟୋଗ ମାମଲା ରୁଜୁ କରିଛି। ଘଟଣା ସମ୍ପର୍କରେ ଭରତପୁର ଥାନାକୁ ରିପୋର୍ଟ ତଲବ କରିଛି ଆୟୋଗ। ୧୫ ଦିନ ମଧ୍ୟରେ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ଘଟଣାର ତଦନ୍ତ କରିବା ପାଇଁଚାଇଲ୍ଡ ଲାଇନ ଓ୍ବେଲ୍‌ଫେୟାରକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

ଅନ୍ୟପକ୍ଷରେ ଏହି କୁନି ଶିଶୁଙ୍କୁ ବାବା କରି ଚୌକିରେ ବସାଇ ପୂଜା କରିବା ନେଇ ଆଶ୍ରମ ଭିତରକୁ କିଛି ଲୋକ ପଶିଯିବାରୁ ଆଶ୍ରମ ସାମ୍ନାରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଏତନାମ ଯୁଦ୍ଧ କଥା ମନେପକାଇ ଆମେରିକାକୁ ଘେରିଲା ଇରାନ, କହିଲା ‘ବିଜୟର ମିଥ୍ୟା ଦାବି କରିବା ବନ୍ଦ କର…’

ତେହରାନ୍‌,୨୧।୩: ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ ମନ୍ତବ୍ୟ…

ମଧ୍ୟପ୍ରାଚ୍ୟ ଅଭିମୁଖେ ୟୁଏସ୍‌ଏସ୍‌ ଟ୍ରିପୋଲି

ଓ୍ବାଶିଂଟନ,୨୧ା୩: ଆମେରିକା ନୌସେନା ଯୁଦ୍ଧଜାହାଜ ୟୁଏସ୍‌ଏସ୍‌ ଟ୍ରିପୋଲି ମଧ୍ୟପ୍ରାଚ୍ୟ ଅଭିମୁଖେ ଅଗ୍ରସର ହେଉଛି। ଏଥିରେ ୨,୨୦୦ ସୈନ୍ୟ ରହିଥିବାରୁ ଉକ୍ତ ଅଞ୍ଚଳରେ ଆମେରିକା ଅଧିକ ସେନା ନିୟୋଜିତ…

ଇତିହାସ ଦୋହରାଇବେ ଟ୍ରମ୍ପ? ଇରାନକୁ ସମୁଦ୍ର ପଥରେ ଘେରିବା ଲାଗି ପଠାଇଲେ ୮୦୦୦ ସୈନ୍ୟ, ଏଥର ମୁହାଁମୁହିଁ ଯୁଦ୍ଧ…

ୱାଶିଂଟନ,୨୦।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ରଣନୀତି ଏବେ ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଗୋଟିଏ ପଟେ ପ୍ରେସ କନଫରେନ୍ସରେ ସେ ସୈନ୍ୟ ପଠାଇବାକୁ ମନା କରୁଥିବା…

ଏକା ପଡ଼ିଲେ ଟ୍ରମ୍ପ: ହର୍ମୁଜ ଉପରେ କବ୍‌ଜା ପାଇଁ ହୁଙ୍କାର, NATOକୁ କହିଲେ- ସାହାର୍ଯ୍ୟ କର ନଚେତ…

ୱାଶିଂଟନ,୨୦।୩: ଇରାନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ନାଟୋ (NATO) ଦେଶଗୁଡ଼ିକ ଉପରେ ପ୍ରବଳ ଅସନ୍ତୋଷ ବ୍ୟକ୍ତ…

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri