୧୨ବର୍ଷରେ ଥରେ ହୁଏ ମା’ ଶୀତଳାଙ୍କ ଯାତ୍ରା

ଛତ୍ରପୁର,୨୩।୪(ଡିଏନଏ ): ମା ଶୀତଳା ଠାକୁରାଣୀଙ୍କ ଯାତ୍ରା ପାଇଁ ରବିବାର ଶୁଭଖୁଣ୍ଟି ସ୍ଥାପନ ହୋଇଛି। ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ ପୋଟଲାମପୁର ପଞ୍ଚାୟତ ଅଧୀନ ମୁନିଷିପେଣ୍ଠ ଗାଁରେ ପ୍ରତି ୧୨ ବର୍ଷକୁ ଥରେ ମା ଶୀତଳା ଠାକୁରାଣୀଙ୍କ ଯାତ୍ରା ଅନୁଷ୍ଠିତ ହୋଇଆସୁଛି ।
ଏହି ଅବସରରେ ଜ଼ିଲାପରିଷଦର ଅତିରିକ୍ତ ଉନ୍ନୟନ ଅଧିକାରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ଛତ୍ରପୁର ବିଡ଼ିଓ ସୁଶାନ୍ତ କୁମାର ବରାଳ, ପୋଟଲାମପୁର ସରପଞ୍ଚ ନିରଞ୍ଜନ ପ୍ରଧାନ, ସମିତିସଭ୍ୟ ଶମ୍ଭୁନାଥ ସ୍ବାଇଁ, ସହକାରୀ ନିର୍ବାହୀଯନ୍ତ୍ରୀ ଇନ୍ଦ୍ରଜିତ ସାହୁ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଯାତ୍ରା ପ୍ରସ୍ତୁତି ନେଇ ଏକ ବୈଠକର ଆୟୋଜନ କରାଯାଇଥିଲା। ବୈଠକରେ ଯାତ୍ରା କମିଟିର ସଭାପତି ବିଶ୍ୱନାଥ ସୁବୁଦ୍ଧି, ସମ୍ପାଦକ ସୁଦାମ ସାହୁ, ଉପସଭାପତି ପ୍ରବାସୀ ପ୍ରଧାନ, ସହସମ୍ପାଦକ କେ. ରାମେୟା, କୋଷାଧ୍ୟକ୍ଷ କେ. ବିମରାଜୂ, ଉପଦେଷ୍ଟା ପ୍ରମୋଦ ସାହୁ, ବିଜୟ ପ୍ରଧାନ, ଭଗବାନ ନାହାକ, ଅର୍ଜୁନ ବେହେରା ଉପସ୍ଥିତ ଥିଲେ।
ଏହି ପରିପ୍ରେକ୍ଷୀରେ ଚଳିତ ବର୍ଷ ମେ ୯ରୁ ୨୯ ତାରିଖ ପର୍ଯ୍ୟନ୍ତ ୨୧ ଦିନ ଧରି ଏହି ଯାତ୍ରା ହେବାକୁ ନିଷ୍ପତ୍ତି ହୋଇଛି। ମେ ୨୯ ମଧ୍ୟ ରାତ୍ରରେ ମା’ଙ୍କ ଘଟ ସ୍ଥାୟୀ ମନ୍ଦିରକୁ ଫେରଯିିବେ। ତା ପରଦିନ ଶୋଭାଯାତ୍ରା ଓ ସାହି ଯାତ୍ରା ଅନୁଷ୍ଠିତ ହେବ। ୫ଟି ପଞ୍ଚାୟତର ୨୦ଟି ଗ୍ରାମ କମିଟିକୁ ନିମନ୍ତ୍ରଣ କରାଯିବ। ଯାତ୍ରା ଅବସରରେ ଲୋକ କଳା, ଲୋକ ନୃତ୍ୟ, ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ ବୋଲି ସୂଚନା ଦିଆଯାଇଛି। ବୈଠକରେ ଯାତ୍ରା ପ୍ରସ୍ତୁତି ନେଇ କମିଟି ଗଠନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri