ଦିନେ ଥିଲେ ନବୀନଙ୍କ ପ୍ରତିଦ୍ୱନ୍ଦୀ ଆଉ ଏବେ ମିଳିଲା ବଡ଼ ପଦବୀ, ଜାଣନ୍ତୁ ପୀତାମ୍ବର ଆଚାର୍ଯ୍ୟଙ୍କ ରାଜନୈତିକ ଯାତ୍ରା

ଭୁବନେଶ୍ୱର,୧୯।୭: ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ମିଳିଛି ବଡ଼ ଦାୟିତ୍ୱ। ମୁଖ୍ୟମନ୍ତ୍ରୀ ମୋହନ ମାଝି ତାଙ୍କୁ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ଦେଇଛନ୍ତି।
ପୀତାମ୍ବରଙ୍କ ନିଯୁକ୍ତି ନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଆଇନ କ୍ଷେତ୍ରରେ ତାଙ୍କ ଦୀର୍ଘ ଦିନର ଅଭିଜ୍ଞତା ରହିଛି। ଭାରତର ସମ୍ବିଧାନ ଧାରା ୧୬୫, ଖଣ୍ଡ (୧) ଅନୁଯାୟୀ, ଓଡ଼ିଶା ରାଜ୍ୟପାଳ ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଡଭୋକେଟ ପୀତାମ୍ବର ଆଚାର୍ଯ୍ୟଙ୍କୁ ରାଜ୍ୟର ଆଡଭୋକେଟ ଜେନେରାଲ ଭାବରେ ନିଯୁକ୍ତି କରିଛନ୍ତି।

ପିତାମ୍ବର ଆଚାର୍ଯ୍ୟ ପୂର୍ବରୁ ଭାରତୀୟ ଜନତା ପାର୍ଟିର ଉପ-ସଭାପତି ତଥା ମୁଖପାତ୍ର ରହିଥିଲେ। ୨୦୧୯ରେ ସେ ଭାଜପା ଟିକେଟରେ ହିଞ୍ଜିଳିରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ଲଢିଥିଲେ। କିନ୍ତୁ ସେ ସେଠାରୁ ନବୀନଙ୍କ ଠାରୁ ପରାସ୍ତ ହୋଇଥିଲେ। ଆଚାର୍ଯ୍ୟ ଛାତ୍ର ବୟସରୁ ରାଜନୀତିରେ ସକ୍ରିୟ ଥିଲେ। ୯୦ ଦଶକରେ ସେ ବିଜେବି କଲେଜରେ ଛାତ୍ର ସଂଗଠନର ସଭାପତି ଥିଲେ।

ଉତ୍କଳ ବିଶ୍ୱବିଦ୍ୟାଳୟରୁ ଆଚାର୍ଯ୍ୟ ରାଜନୀତି ବିଜ୍ଞାନରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି। ଏଥିସହ ସେ ଏଲଏଲବି ରେ ସ୍ନାତକ କରିଛନ୍ତି। ତାଙ୍କର ବୃତ୍ତିଗତ ଯାତ୍ରା ସାମ୍ବାଦିକ ଭାବରେ ଆରମ୍ଭ ହୋଇଥିଲା। ଚଳିତ ନିର୍ବାଚନ ପୂର୍ବରୁ ପୀତାମ୍ବର ଦଳ ପାଇଁ ଅନେକ ପ୍ରସଙ୍ଗରେ ଆଇନଗତ ଲଢେଇ ଲଢି ବଳ ଯୋଗାଇଛନ୍ତି।

ଏହି ସାମ୍ବିଧାନିକ ପଦ ସରକାରଙ୍କ ଅନୁମୋଦନକ୍ରମେ ରାଜ୍ୟପାଳ ନିଯୁକ୍ତି ଦେଇଥାନ୍ତି। ବରିଷ୍ଠ ଆଇନଜୀବୀଙ୍କ ମତ ହେଲା ଆଡଭୋକେଟ ଜେନେରାଲ ହେଉଛନ୍ତି ସରକାରଙ୍କ ପ୍ରଥମ ପରାମର୍ଶଦାତା। ବିଧାନସଭାରେ ସାମ୍ବିଧାନିକ ସଂକଟ ଦେଖାଦେଲେ ସେ ମଧ୍ୟ ଅଂଶ ଗ୍ରହଣ କରିପାରିବେ। ତେବେ ଯିଏ ସରକାରଙ୍କ ଅନୁଗତ ସହିତ ଅନୁଭବୀ ଓ ପାରଦର୍ଶୀ ସଂପନ୍ନ ହୋଇଥା’ନ୍ତି ସେହି ଆଇନଜୀବୀଙ୍କୁ ନିଯୁକ୍ତି ଦେଇଥାନ୍ତି ସରକାର।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri