Posted inଜାତୀୟ

ଦିନେ ଥିଲେ ଶ୍ରମିକ, ଆଜି ମନ୍ତ୍ରୀ

ନୂଆଦିଲ୍ଲୀ,୮ା୭: କୁହାଯାଏ, ଭାଗ୍ୟ ଆଉ ଭଗବାନ ଯାହାକୁ ସାହା ହୁଅନ୍ତି ତା’ର କିଛି ବି ଅସୁବିଧା ହୁଏ ନାହିଁ। ଦିନେ ନା ଦିନେ ସେ ସଫଳତାର ଶୀର୍ଷରେ ପହଞ୍ଚିଥାନ୍ତି। ଦିନ ଥିଲା ପେଟ ପାଇଁ ସେ ଚା’ ବଗିଚାରେ ଶ୍ରମିକ ଭାବେ କାମ କରୁଥିଲେ। ଆଜି ମୋଦି ସରକାରଙ୍କ ମନ୍ତ୍ରୀ। ବୁଧବାର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଅବସରରେ ଶପଥ ନେଇଥିବା ବେଳେ ଗୁରୁବାର ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଆଉ କେହି ନୁହନ୍ତି, ସେ ହେଉଛନ୍ତି କେନ୍ଦ୍ର ସଂଖ୍ୟାଲଘୁ ରାଷ୍ଟ୍ରମନ୍ତ୍ରୀ ଜନ ବାର୍ଲା। ଚା’ ବଗିଚାରୁ ସଂସଦ ଭବନ, ଏବେ କେନ୍ଦ୍ର ମନ୍ତ୍ରୀ। ଜାଣନ୍ତୁ ତାଙ୍କ ସଂଘର୍ଷମୟ କାହାଣୀ ସମ୍ପର୍କରେ…

ପଶ୍ଚିମବଙ୍ଗ ଆଲିପୁରଦ୍ୱାର ଏମ୍‌ପି ଜନ ବାର୍ଲା । ସେ ଜଲପାଇଗୁଡ଼ିର ବନାରହାଟ ଲକ୍ଷ୍ମୀପାରା ବାସିନ୍ଦା। ମହାବୀର ହିନ୍ଦୀ ହାଇସ୍କୁଲରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ିଥିଲେ। ଅର୍ଥ ଅଭାବ ଯୋଗୁ ତାଙ୍କ ପାଠପଢ଼ାରେ ଡୋରି ବନ୍ଧା ହୋଇଥିଲା। ଫଳରେ ସେ ଚା ବଗିଚାର ଶ୍ରମିକ ଭାବେ କାମ କରିଥିଲେ।

୨୦୦୭ରେ ଚା’ ବଗିଚାରେ ଅସ୍ଥାୟୀ ଡ୍ରାଇଭର ଭାବେ କାମ କରିଥିଲେ। ମାତ୍ର ରାଜନୀତି ପ୍ରତି ତାଙ୍କର ଖୁବ୍‌ ଆଗ୍ରହ ଥିଲା। ସେ ଆଦିବାସୀ ସମାଜ ପାଇଁ ଅନେକ ଉନ୍ନୟନମୂଳକ କାର୍ଯ୍ୟ କରି ନାଁ କମାଇଥିଲେ। ୨୦୧୪ରେ ଦଳରେ ସାମିଲ ହୋଇଥିଲେ।୨୦୧୯ରେ ତାଙ୍କୁ ଦଳୀୟ ଟିକେଟ୍‌ ମିଳିଥିଲା। ଅଲିଦ୍ୱାରପୁର ଆସନରୁ ଜନ ବାର୍ଲା ବିଜୟୀ ହୋଇ ଲୋକ ସଭା ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri