ଦେଢ କେଜି ବ୍ରାଉନସୁଗାର ଜବତ: ଜଣେ ଗିରଫ

ବାଲେଶ୍ୱର ଅଫିସ,୧୯।୧୦: ବାଲେଶ୍ବର ଜିଲା ଜଳେଶ୍ବର ଅଞ୍ଚଳରୁ ଦେଢ କୋଟି ଟଙ୍କାର ବ୍ରାଉନସୁଗାର ମଙ୍ଗଳବାର ଜବତ କରାଯାଇଛି। ଏଥିରେ ଦୁଇ ମହିଳାଙ୍କୁ ପୋଲିସ ଅଟକ ରଖି ଜେରା କରିଥିବା ବେଳେ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ମୁକତାର ଅଲ୍ଲୀ ଖାଁ , ମୁକତାରଙ୍କ ସ୍ତ୍ରୀ ଏବଂ ଶାଶୁ ଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ଜଳେଶ୍ୱର ପୋଲିସ ଓ ଅବକାରୀ ବିଭାଗ ଦ୍ୱାରା ଜଳେଶ୍ୱର ଶ୍ଟେସନ ବଜାର ସ୍ଥିତ ଡାଇମଣ୍ଡ ହୋଟେଲ ଉପରେ ଚଢ଼ାଉ କରାଯାଇଥିଲା। ହୋଟେଲ ସମ୍ମୁଖରେ ଛିଡ଼ା ହୋଇଥିବା ମୁକତାର ଅଲି ଖାଁଙ୍କ ଠାରୁ ୧ କିଲୋ ୫୦୦ ଗ୍ରାମରୁ ଉଦ୍ଧର୍‌ବ ବ୍ରାଉନସୁଗାର ଜବତ କରାଯାଇଛି। ଏହାର ବଜାର ଦର ଦେଢ କୋଟିରୁ ଉଦ୍ଧର୍‌ବ ଟଙ୍କାର ହେବ ବୋଲି ଅନୁମାନ କରାଯାଉଛି। ପୋଲିସ ଜଳେଶ୍ୱର ଅବକାରୀ ଥାନା ମାମଲା ନମ୍ବର ୧୦୦/୨୧-୨୨ ରୁଜୁ କରି ମୁକତାରକୁ କୋର୍ଟ ଚାଲାଣ କରିଥିବା ବେଳେ ଅଧିକ ତଦନ୍ତ କରାଯାଉଛି ବୋଲି ଅଧିକାରୀ ବିଭାଗ ଡେପୁଟି କମିଶନର ଅଶୋକ କୁମାର ଶତପଥୀ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ହାଟଡ଼ିହୀରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗ: ଅଫିସରେ ବସି ତଦନ୍ତ ସାରିବା ନେଇ ଅଭିଯୋଗକାରୀଙ୍କ ଅସନ୍ତୋଷ

ହାଟଡ଼ିହୀ,୧୩।୮(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଧୀନ ସଢ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଅନୁଦାନ ହେରଫେର ହୋଇଥିବା ଅଭିଯୋଗର ଏକମାସ ପରେ ତଦନ୍ତ ହୋଇଥିଲେ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

“ଆଟ୍ ହୋମ୍” କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ ସେଠୀ

ଛତ୍ରପୁର,୧୩|୮(ଦିଲ୍ଲୀପ ସାମଲ / ଦ୍ଵାରିକା ପଟନାୟକ): ଆଗାମୀ ସ୍ୱାଧୀନତା ଦିବସ ଅବସରରେ ରାଜଭବନ ତଥା ଲୋକ ସେବା ଭବନରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର “ଆଟ୍ ହୋମ୍”…

ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ସହ ଲୁଟ୍, ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୩|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ କରିବା ସହ ୨୨୦୦…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri