ଦେଢ଼ ଲକ୍ଷ ଟପିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୩।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା ଦେଢ଼ ଲକ୍ଷ ଟପିଛି। ଫଳରେ ପୁଣି ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨୧ ହଜାର ୪୧୧ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୬୭ ରେ ପହଞ୍ଚିଛି।

ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୫୦ ହଜାର ୧୦୦ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୨୦ ହଜାର ୭୨୬ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୫ ହଜାର ୯୯୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୮ ଲକ୍ଷ ୬୮ ହଜାର ୪୭୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୧ ଲକ୍ଷ ୯୨ ହଜାର ୩୭୯ ଜଣ ସୁସ୍ଥ ହୋଇ ସାରିଛନ୍ତି। ମହାରାଷ୍ଟ୍ର, କେରଳ, ତାମିଲନାଡୁ, କର୍ନାଟକ. ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଆଦି ରାଜ୍ୟରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି।

ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୨,୫୧୫ଜଣ, ପଶ୍ଚିମବଙ୍ଗରେ ୨,୨୩୭, ତାମିଲନାଡୁରେ ୨,୦୩୩ ଜଣ, ପଞ୍ଜାବରେ ୪୩୨ ଜଣ କେରଳରେ ୨,୪୭୭ ଜଣ, କର୍ନାଟକରେ ୧,୫୬୨ ଜଣ, ଓଡ଼ିଶାରେ ୧,୧୩୦ ଜଣ, ଗୁଜରାଟରେ ୮୮୪, ଆସାମରେ ୮୦୦ ଜଣ, ତେଲେଙ୍ଗାନାରେ ୭୩୯, ହିମାଚଳପ୍ରଦେଶରେ ୭୫୨ ଜଣ, ଛତିଶଗଡ଼ରେ ୬୨୭ ଜଣ, ଦିଲ୍ଲୀରେ ୭୧୨ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୪୨୮ ଜଣ, ଆନ୍ଧ୍ରପ୍ରଦେଶରେ ୪୪୦ ଜଣ, ଉତ୍ତରପ୍ରଦେଶରେ ୪୫୯ ଜଣ, ତ୍ରିପୁରାରେ ୨୧୬ ଜଣ, ଜମ୍ମୁ-କଶ୍ମୀରରେ ୫୩୧ ଜଣ, ବିହାରରେ ୩୪୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ଝାଡ଼ଖଣ୍ଡରେ ୨୧୮ ଜଣ, ରାଜସ୍ଥାନରେ ୨୬୩ ଜଣ, ସିକିମ୍‌ରେ ୨୭୬ ଜଣ, ମଧ୍ୟପ୍ରଦେଶରେ ୨୧୯ ଜଣ, ପୁଡୁଚେରୀରେ ୧୮୯ ଜଣ, ଉତ୍ତରାଖଣ୍ଡରେ ୨୦୧ ଜଣ, ମିଜୋରାମରେ ୧୪୭ ଜଣ, ଚଣ୍ଡିଗଡ଼ରେ ୧୨୭ ଜଣ, ଗୋଆରେ ୧୦୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୨୦୧ କୋଟି ୭୦ ଲକ୍ଷରୁ ଅଧିକରେ ପହଞ୍ଚିଛି ।

ସେଥିମଧ୍ୟରେ ୯୧ କୋଟି ୯୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୫ କୋଟି ୨୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri