୧୩ ଜିଲାର ଅଢ଼େଇ ଲକ୍ଷ ଲୋକ ଜଳବନ୍ଦୀ

ଭୁବନେଶ୍ୱର,୧୯ା୮(ବ୍ୟୁରୋ):ବନ୍ୟା ଯୋଗୁ ୧୩ ଜିଲାର ୭୧ ବ୍ଲକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଏଥିରେ ୨୦୬୬ ଗ୍ରାମ ପ୍ରଭାବିତ ହୋଇଛି। ୪୭୦ ଗ୍ରାମ ଜଳଘେରରେ ରହିଥିବାବେଳେ ୨ ଲକ୍ଷ ୫୫ ହଜାର ୩୨୫ ଲୋକ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ପ୍ରାୟ ୫ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି ବୋଲି ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି) ଗୁରୁବାର ସୂଚନା ଦେଇଛନ୍ତି।
ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଜ୍ୟର ବନ୍ୟା ସ୍ଥିତି ସମ୍ପର୍କରେ ଗୁରୁବାର ସମୀକ୍ଷା କରିଛନ୍ତି। ରାଜ୍ୟର ନଦୀଗୁଡ଼ିକର ଜଳପ୍ରବାହର ସ୍ଥିତି ସମ୍ପର୍କରେ ଜଳସମ୍ପଦ ବିଭାଗର ବରିଷ୍ଠ ଯନ୍ତ୍ରୀମାନଙ୍କ ସହ ସେ ଆଲୋଚନା କରିଛନ୍ତି। ଆଗାମୀ ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ହୀରାକୁଦର ଗେଟ୍‌ ପରିଚାଳନା କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି।
ଗଣମାଧ୍ୟମକୁ ସୂଚନା ଦେଇ ଏସ୍‌ଆରସି କହିଛନ୍ତି ଯେ ସବୁ ଅଞ୍ଚଳର ୧୯୦ ରିଲିଫ୍‌ କେନ୍ଦ୍ରରେ ୧ ଲକ୍ଷ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ୯୦ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ବନ୍ୟା ଓ ପ୍ରବଳ ବୃଷ୍ଟିପାତ ଦ୍ୱାରା ଅନେକ ବାସଗୃହ କ୍ଷତିଗ୍ରସ୍ତ ହେବା ସହିତ ବହୁତ ଚାଷଜମି ଜଳମଗ୍ନ ହୋଇଛି। ପ୍ରଭାବିତ ଲୋକମାନଙ୍କୁ ଆବଶ୍ୟକ ରନ୍ଧାଖାଦ୍ୟ ଓ ଶୁଖିଲା ଖାଦ୍ୟ ଯୋଗାଇ ଦିଆଯାଉଛି। ୧୧ ଏନ୍‌ଡିଆର୍‌ଏଫ୍‌, ୧୨ ଓଡ୍ରାଫ୍‌ ଏବଂ ୫୨ ଅତିରିକ୍ତ ଅଗ୍ନିଶମ ସେବା ବାହିନୀ ରିଲିଫ୍‌ ଓ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ପ୍ରଭାବିତ ଅଞ୍ଚଳରେ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ୧୦ଟି ଭ୍ରାମ୍ୟମାଣ ଆର୍‌ଓ ୱାଟର ପ୍ଲାଣ୍ଟ ଜରିଆରେ ବିଶୁଦ୍ଧ ପାନୀୟଜଳ ଯୋଗାଇ ଦିଆଯାଉଛି। ସେହିପରି ପ୍ରଭାବିତ ଗୋରୁମାନଙ୍କୁ ଆବଶ୍ୟକ ଗୋଖାଦ୍ୟ ଯୋଗାଇ ଦିଆଯାଉଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଓ ପ୍ରାଣୀ ଚିକିତ୍ସାକୁ ତ୍ୱରାନ୍ବିତ କରାଯାଇଛି। ଜଳସମ୍ପଦ ବିଭାଗର ମୁଖ୍ୟଯନ୍ତ୍ରୀମାନେ ପ୍ରଭାବିତ ଅଞ୍ଚଳରେ ଅବସ୍ଥାନ କରି ନଦୀବନ୍ଧର ସୁରକ୍ଷା ତଥା ମରାମତି କାର୍ଯ୍ୟ ତ୍ୱରାନ୍ବିତ କରୁଛନ୍ତି। ମୁଖ୍ୟମନ୍ତ୍ରୀ ନିୟମିତ ଭାବେ ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ ସହ ଯୋଗାଯୋଗ କରି ବନ୍ୟା ପରିସ୍ଥିତି ସମୀକ୍ଷା କରୁଛନ୍ତି। ମୁଖ୍ୟମନ୍ତ୍ରୀ ଦୁଇ ଜଣ ବରିଷ୍ଠ ଅଧିକାରୀଙ୍କୁ ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଜିଲାକୁ ବନ୍ୟା ପରିଚାଳନାରେ ଜିଲା ପ୍ରଶାସନକୁ ସହଯୋଗ କରିବା ପାଇଁ ପଠାଇଛନ୍ତି। ଏସ୍‌ଡିଆର୍‌ଏଫ୍‌ ଗାଇଡ୍‌ଲାଇନ ଅନୁସାରେ ଜିଲାପାଳମାନେ ଘରୋଇ ଡଙ୍ଗା ଭଡ଼ାରେ ନେଇ ଜଳ ଘେରରେ ଥିବା ଲୋକମାନଙ୍କୁ ଉଦ୍ଧାର କରିବା ସହ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆଗାମୀ ଲଘୁଚାପ ପ୍ରଭାବରେ ବର୍ଷା ହେବାକୁ ଥିବାବେଳେ ଲୋକମାନଙ୍କୁ ପଲିଥିନ ଯୋଗାଇଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ବନ୍ୟାଞ୍ଚଳର ୧୩ ଜିଲାରେ ୬୪ଟି ଭ୍ରାମ୍ୟମାଣ ଡାକ୍ତରୀ ଦଳ ମୁତୟନ କରାଯାଇଥିବା ବେଳେ ୨୦୦୦୦ ଓଆର୍‌ଏସ୍‌ ପ୍ୟାକେଟ ଓ ୧ ଲକ୍ଷ ୪୨ ହଜାର ହାଲୋଜିନ୍‌ ବଟିକା ବଣ୍ଟନ କରାଯାଇଛି। ମହାନଦୀର ବନ୍ୟା ଜଳ ସ୍ତର ଗତକାଲିଠାରୁ କ୍ରମଶଃ ହ୍ରାସ ପାଉଛି। ହୀରାକୁଦରେ ଏବେ ୨୮ଟି ଗେଟ୍‌ ଖୋଲା ରହିଛି। ଗୁରୁବାର ଅପରାହ୍ନ ସୁଦ୍ଧା ହୀରାକୁଦର ଜଳସ୍ତର ବର୍ତ୍ତମାନ ୬୨୩.୯୧ ଫୁଟ୍‌ ଅଛି। ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୪ ଲକ୍ଷ ୨୪ ହଜାର ୭୮୬ କ୍ୟୁସେକ୍‌ ଜଳ ପ୍ରବେଶ କରୁଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାରରୁ ୫ ଲକ୍ଷ ୪୫ ହଜାର ୪୭୧ କ୍ୟୁସେକ୍‌ ଜଳ ନିଷ୍କାସିିତ ହେଉଛି। ଖଇରମାଳଠାରେ ୮ ଲକ୍ଷ ୬୦ ହଜାର କ୍ୟୁସେକ୍‌ ଜଳ ପ୍ରବାହିତ ହେଉଛି। ବଡ଼ମୂଳଠାରେ ୮ ଲକ୍ଷ ୬୭ ହଜାର ୫୦୦ କ୍ୟୁସେକ୍‌ ଜଳ ପ୍ରବାହିତ ହେଉଛି। ମୁଣ୍ଡଳିଠାରେ ୧୦ ଲକ୍ଷ ୧୦ ହଜାର ୫୨୫ କ୍ୟୁସେକ୍‌ ଜଳ ପ୍ରବାହିତ ହେଉଛି। ମୁଣ୍ଡଳିଠାରେ ଜଳସ୍ତର କ୍ରମଶଃ ହ୍ରାସ ପାଉଛି।
ଆଗାମୀ ୧୯ ଓ ୨୦ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ଲଘୁଚାପ ପ୍ରଭାବରେ ସମ୍ଭାବ୍ୟ ବୃଷ୍ଟିପାତକୁ ନଜରରେ ରଖି ହୀରାକୁଦ ଜଳଭଣ୍ଡାରରୁ ପର୍ଯ୍ୟାୟକ୍ରମେ ଆଉ ୪ଟି ଗେଟ୍‌ ବନ୍ଦ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri