୧୩ ଜିଲାର ଅଢ଼େଇ ଲକ୍ଷ ଲୋକ ଜଳବନ୍ଦୀ

ଭୁବନେଶ୍ୱର,୧୯ା୮(ବ୍ୟୁରୋ):ବନ୍ୟା ଯୋଗୁ ୧୩ ଜିଲାର ୭୧ ବ୍ଲକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଏଥିରେ ୨୦୬୬ ଗ୍ରାମ ପ୍ରଭାବିତ ହୋଇଛି। ୪୭୦ ଗ୍ରାମ ଜଳଘେରରେ ରହିଥିବାବେଳେ ୨ ଲକ୍ଷ ୫୫ ହଜାର ୩୨୫ ଲୋକ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ପ୍ରାୟ ୫ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି ବୋଲି ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି) ଗୁରୁବାର ସୂଚନା ଦେଇଛନ୍ତି।
ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଜ୍ୟର ବନ୍ୟା ସ୍ଥିତି ସମ୍ପର୍କରେ ଗୁରୁବାର ସମୀକ୍ଷା କରିଛନ୍ତି। ରାଜ୍ୟର ନଦୀଗୁଡ଼ିକର ଜଳପ୍ରବାହର ସ୍ଥିତି ସମ୍ପର୍କରେ ଜଳସମ୍ପଦ ବିଭାଗର ବରିଷ୍ଠ ଯନ୍ତ୍ରୀମାନଙ୍କ ସହ ସେ ଆଲୋଚନା କରିଛନ୍ତି। ଆଗାମୀ ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ହୀରାକୁଦର ଗେଟ୍‌ ପରିଚାଳନା କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି।
ଗଣମାଧ୍ୟମକୁ ସୂଚନା ଦେଇ ଏସ୍‌ଆରସି କହିଛନ୍ତି ଯେ ସବୁ ଅଞ୍ଚଳର ୧୯୦ ରିଲିଫ୍‌ କେନ୍ଦ୍ରରେ ୧ ଲକ୍ଷ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ୯୦ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ବନ୍ୟା ଓ ପ୍ରବଳ ବୃଷ୍ଟିପାତ ଦ୍ୱାରା ଅନେକ ବାସଗୃହ କ୍ଷତିଗ୍ରସ୍ତ ହେବା ସହିତ ବହୁତ ଚାଷଜମି ଜଳମଗ୍ନ ହୋଇଛି। ପ୍ରଭାବିତ ଲୋକମାନଙ୍କୁ ଆବଶ୍ୟକ ରନ୍ଧାଖାଦ୍ୟ ଓ ଶୁଖିଲା ଖାଦ୍ୟ ଯୋଗାଇ ଦିଆଯାଉଛି। ୧୧ ଏନ୍‌ଡିଆର୍‌ଏଫ୍‌, ୧୨ ଓଡ୍ରାଫ୍‌ ଏବଂ ୫୨ ଅତିରିକ୍ତ ଅଗ୍ନିଶମ ସେବା ବାହିନୀ ରିଲିଫ୍‌ ଓ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ପ୍ରଭାବିତ ଅଞ୍ଚଳରେ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ୧୦ଟି ଭ୍ରାମ୍ୟମାଣ ଆର୍‌ଓ ୱାଟର ପ୍ଲାଣ୍ଟ ଜରିଆରେ ବିଶୁଦ୍ଧ ପାନୀୟଜଳ ଯୋଗାଇ ଦିଆଯାଉଛି। ସେହିପରି ପ୍ରଭାବିତ ଗୋରୁମାନଙ୍କୁ ଆବଶ୍ୟକ ଗୋଖାଦ୍ୟ ଯୋଗାଇ ଦିଆଯାଉଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଓ ପ୍ରାଣୀ ଚିକିତ୍ସାକୁ ତ୍ୱରାନ୍ବିତ କରାଯାଇଛି। ଜଳସମ୍ପଦ ବିଭାଗର ମୁଖ୍ୟଯନ୍ତ୍ରୀମାନେ ପ୍ରଭାବିତ ଅଞ୍ଚଳରେ ଅବସ୍ଥାନ କରି ନଦୀବନ୍ଧର ସୁରକ୍ଷା ତଥା ମରାମତି କାର୍ଯ୍ୟ ତ୍ୱରାନ୍ବିତ କରୁଛନ୍ତି। ମୁଖ୍ୟମନ୍ତ୍ରୀ ନିୟମିତ ଭାବେ ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ ସହ ଯୋଗାଯୋଗ କରି ବନ୍ୟା ପରିସ୍ଥିତି ସମୀକ୍ଷା କରୁଛନ୍ତି। ମୁଖ୍ୟମନ୍ତ୍ରୀ ଦୁଇ ଜଣ ବରିଷ୍ଠ ଅଧିକାରୀଙ୍କୁ ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଜିଲାକୁ ବନ୍ୟା ପରିଚାଳନାରେ ଜିଲା ପ୍ରଶାସନକୁ ସହଯୋଗ କରିବା ପାଇଁ ପଠାଇଛନ୍ତି। ଏସ୍‌ଡିଆର୍‌ଏଫ୍‌ ଗାଇଡ୍‌ଲାଇନ ଅନୁସାରେ ଜିଲାପାଳମାନେ ଘରୋଇ ଡଙ୍ଗା ଭଡ଼ାରେ ନେଇ ଜଳ ଘେରରେ ଥିବା ଲୋକମାନଙ୍କୁ ଉଦ୍ଧାର କରିବା ସହ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆଗାମୀ ଲଘୁଚାପ ପ୍ରଭାବରେ ବର୍ଷା ହେବାକୁ ଥିବାବେଳେ ଲୋକମାନଙ୍କୁ ପଲିଥିନ ଯୋଗାଇଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ବନ୍ୟାଞ୍ଚଳର ୧୩ ଜିଲାରେ ୬୪ଟି ଭ୍ରାମ୍ୟମାଣ ଡାକ୍ତରୀ ଦଳ ମୁତୟନ କରାଯାଇଥିବା ବେଳେ ୨୦୦୦୦ ଓଆର୍‌ଏସ୍‌ ପ୍ୟାକେଟ ଓ ୧ ଲକ୍ଷ ୪୨ ହଜାର ହାଲୋଜିନ୍‌ ବଟିକା ବଣ୍ଟନ କରାଯାଇଛି। ମହାନଦୀର ବନ୍ୟା ଜଳ ସ୍ତର ଗତକାଲିଠାରୁ କ୍ରମଶଃ ହ୍ରାସ ପାଉଛି। ହୀରାକୁଦରେ ଏବେ ୨୮ଟି ଗେଟ୍‌ ଖୋଲା ରହିଛି। ଗୁରୁବାର ଅପରାହ୍ନ ସୁଦ୍ଧା ହୀରାକୁଦର ଜଳସ୍ତର ବର୍ତ୍ତମାନ ୬୨୩.୯୧ ଫୁଟ୍‌ ଅଛି। ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୪ ଲକ୍ଷ ୨୪ ହଜାର ୭୮୬ କ୍ୟୁସେକ୍‌ ଜଳ ପ୍ରବେଶ କରୁଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାରରୁ ୫ ଲକ୍ଷ ୪୫ ହଜାର ୪୭୧ କ୍ୟୁସେକ୍‌ ଜଳ ନିଷ୍କାସିିତ ହେଉଛି। ଖଇରମାଳଠାରେ ୮ ଲକ୍ଷ ୬୦ ହଜାର କ୍ୟୁସେକ୍‌ ଜଳ ପ୍ରବାହିତ ହେଉଛି। ବଡ଼ମୂଳଠାରେ ୮ ଲକ୍ଷ ୬୭ ହଜାର ୫୦୦ କ୍ୟୁସେକ୍‌ ଜଳ ପ୍ରବାହିତ ହେଉଛି। ମୁଣ୍ଡଳିଠାରେ ୧୦ ଲକ୍ଷ ୧୦ ହଜାର ୫୨୫ କ୍ୟୁସେକ୍‌ ଜଳ ପ୍ରବାହିତ ହେଉଛି। ମୁଣ୍ଡଳିଠାରେ ଜଳସ୍ତର କ୍ରମଶଃ ହ୍ରାସ ପାଉଛି।
ଆଗାମୀ ୧୯ ଓ ୨୦ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ଲଘୁଚାପ ପ୍ରଭାବରେ ସମ୍ଭାବ୍ୟ ବୃଷ୍ଟିପାତକୁ ନଜରରେ ରଖି ହୀରାକୁଦ ଜଳଭଣ୍ଡାରରୁ ପର୍ଯ୍ୟାୟକ୍ରମେ ଆଉ ୪ଟି ଗେଟ୍‌ ବନ୍ଦ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?