ଭୁଜାଲିରେ ହାଣି ଦେଢ଼ ଲକ୍ଷ ଟଙ୍କା ଲୁଟ୍‌: ୨ ଭାଇ ଆହତ

କେନ୍ଦୁଝର,୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ଅଞ୍ଚଳରେ ଦିନକୁ ଦିନ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଦିନ ଦ୍ବିପ୍ରହରରେ ଲୁଟେରାମାନେ ଲୋକଙ୍କୁ ଆକ୍ରମଣ କରି କଳାକନା ବୁଲାଉଛନ୍ତି। ଗୁରୁବାର ଅପରାହ୍ନରେ ଆକୁଳ ସାପ୍ତାହିକ ହାଟରେ ୨ଜଣ ଦୁର୍ବୃତ୍ତ ଏକ ପଲସର ବାଇକ୍‌ରେ ଆସି ଦୁଇ ବ୍ୟବସାୟୀ ଭାଇଙ୍କୁ ଭୁଜାଲିରେ ହାଣି ଦେଢ଼ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଲୁଟର ଶିକାର ହୋଇଥିବା ଦୁଇ ଭାଇ ହେଲେ ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଗୋଳାଗାଡିଆ ଗ୍ରାମର ଶରତ ସାହୁ(୫୩) ଏବଂ ଭରତ ସାହୁ(୪୮)।

ପ୍ରତିହାଟ ପରି ଗୁରୁବାର ୨ ଭାଇ ଶରତ ଏବଂ ଭରତ ତେଜରାତି ଦୋକାନ କରିବାକୁ ହାଟକୁ ଆସିଥିଲେ। ବେପାର ସାରି ଦୋକାନ ବନ୍ଦ କରୁଥିବା ବେଳେ ହଠାତ ୨ଜଣ ଯୁବକ ଏକ ବାଇକ୍‌ରେ ଆସି ଟଙ୍କା ବ୍ୟାଗ ଝାମ୍ପି ନେବାକୁ ଉଦ୍ୟମ କରୁଥିଲେ। ହେଲେ ୨ ଭାଇ ଏହାକୁ ବିରୋଧ କରିଥିଲେ। ଏନେଇ ସେମାନଙ୍କ ମଧ୍ୟରେ କିଛି ସମୟ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଭୟଭୀତ କରିବା ସହ ଦୁଇ ଭାଇଙ୍କୁ ଭୁଜାଲିରେ ହାଣି ଟଙ୍କା ବ୍ୟାଗ ଧରି ତେଲକୋଇ ରାସ୍ତାରେ ଚମ୍ପଟ ମାରିଥିଲେ। ଭୁଜାଲି ମାଡ଼ରେ ଶରତଙ୍କ ମୁଣ୍ଡ, ପିଠି, ଗୋଡ ଏବଂ ହାତରେ ଆଘାତ ଲାଗିଛି। ଭରତ ମଧ୍ୟ ଆହତ ହୋଇଛନ୍ତି। ଉଭୟଙ୍କୁ ଶିରିଗିଡା ଡ଼ାକ୍ତରଖାନାର ଚିକିତ୍ସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri