ମୃତକଙ୍କ ପରିବାରକୁ ଠିକାସଂସ୍ଥା ଦେବ ଦେଢ଼ ଲକ୍ଷ ଲେଖାଏ ଟଙ୍କା: ହଟିଲା ଆନ୍ଦୋଳନ

ବାଲିଗୁଡ଼ା,୧୯ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସୁରୁବାଲି ବୁଲାଣି ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣାରେ ବଡ଼ଗାଁ ଅଞ୍ଚଳର ଦୁଇ ଯୁବକ ରାକେଶ ମଲ୍ଲିକ(ଲିଚୁ) ଓ ଅଚ୍ୟୁତାନନ୍ଦ ନାୟକଙ୍କ ଜୀବନ ଚାଲିଯାଇଥିଲା। ଉଭୟେ ମହାସିଙ୍ଗି ଆଡୁ ବାଲିଗୁଡ଼ା ଅଭିମୁଖେ ଆସୁଥିବା ବେଳେ ସୁରୁବାଲି ଗାଁ ନିକଟ ବୁଲାଣି ରାସ୍ତାରେ ଏକ ହାଇଓ୍ବା ଗାଡ଼ି ଆଗପଟରୁ ଧକ୍କା ଦେଇଥିଲା। ଫଳରେ ଦୁଇଜଣ ଗୁରୁତର ହୋଇ ରାସ୍ତାରେ ପଡ଼ିଥିଲେ। ଖବରପାଇ ବାଲିଗୁଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପଟେ ଦୁର୍ଘଟଣା ଘଟାଇଥିବା ଗାଡ଼ିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।  ଘଟଣାକୁ ନେଇ ଚାପା ଉତ୍ତେଜନା ଦେଖାଦେଇଥିଲା। କ୍ଷତିପୂରଣ ଦାବିରେ ଉତ୍ତ୍ୟେକ୍ତ ଲୋକେ ଉପଖଣ୍ଡ ଚିକିତ୍ସାଳୟ ସମ୍ମୁଖ ୫୯ ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ। ସମ୍ପୃକ୍ତ ଠିକାସଂସ୍ଥା ମୃତକଙ୍କ ପରିବାରକୁ ଦେଢ଼ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ଦେବା ପାଇଁ ପ୍ରତିଶ୍ରୁତି ଦେବା ପରେ ଦୀର୍ଘ ୩ ଘଣ୍ଟା ପରେ ରାସ୍ତାରୋକୋ ହଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri