ଦେଢ଼ମାସର ଶିଶୁକନ୍ୟା ତଣ୍ଟି ଚିପି ହତ୍ୟା କଲେ ମା’

ଆଳି,୫।୭(ବନମାଳୀ ସେନାପତି): ଜଣେ ମା’ ଅଧରାତିରେ ନିଜ ଦେଢ଼ମାସର ଶିଶୁକନ୍ୟାର ତଣ୍ଟିଚିପି ହତ୍ୟା କରିଛନ୍ତି। ଏନେଇ ଶିଶୁକନ୍ୟାଙ୍କ ଜେଜେମା’ ଅଭିଯୋଗ ଆଣିଛନ୍ତି। ଏଭଳି ଏକ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ନଦୀନାଳଘେରା ପଦନୀପାଳ ଗଁାରେ। ପଦନୀପାଳ ଗଁାର ବାସନ୍ତୀ ମହାନ୍ତି ଥାନାରେ ଦେଇଥିବା ଅଭିଯୋଗ ଅନୁଯାୟୀ, ପ୍ରତିଦିନ ପରି ସୋମବାର ରାତିରେ ତାଙ୍କ ଦେଢ଼ମାସର ନାତୁଣୀ ତ୍ରିଶାଖା ଓ ୩ ବର୍ଷର ନାତି ଆୟୁଷ ମା’ ରଶ୍ମିତା ପାଖରେ ଶୋଇଥିଲେ। ମଙ୍ଗଳବାର ସକାଳୁ ସମସ୍ତେ ଉଠିବା ପରେ ଦେଖିଥିଲେ, ଶିଶୁକନ୍ୟା ନାକରୁ ରକ୍ତସ୍ରାବ ହେଉଛି। ସଙ୍ଗେ ସଙ୍ଗେ ଶିଶୁକନ୍ୟାକୁ ଧରି ଜେଜେ ମା’ ବାସନ୍ତୀ ଓ ଜେଜେବାପା ରବୀନ୍ଦ୍ର କଣ୍ଡିଆହାଟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ହେଲେ ଡାକ୍ତର ଶିଶୁକନ୍ୟାକୁ ମୃତ ଘୋଷଣା କରିଥିଲେ। ବାସନ୍ତୀଙ୍କ ଅଭିଯୋଗକୁ ଆଧାର କରି ପୋଲିସ ନଂ. ୫୫୮/୨୩ରେ ମାମଲା ରୁଜୁ କରିବା ସହ ରଶ୍ମିତାଙ୍କୁ ଅଟକ ରଖି ତଦନ୍ତ ଚଳାଇଛି। ରଶ୍ମିତାଙ୍କ ସ୍ବାମୀ ଅମିୟ ଦିଲ୍ଲୀରେ ପାଣି ପାଇପ କାମ କରୁଥିବାବେଳେ ଘରକୁ ଛୁଟିରେ ଆସିଥିଲେ। ମଙ୍ଗଳବାର ଅମିୟ ଦିଲ୍ଲୀରେ ପହଞ୍ଚତ୍ ଥିବାବେଳେ ସ୍ତ୍ରୀଙ୍କ ଏଭଳି କାଣ୍ଡରେ ସେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ି ପୁନର୍ବାର ଘରକୁ ଫେରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri