ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର କଂଗ୍ରେସର ଏକ ଟିମ୍‌ ରାଜେଶଙ୍କ ପରିବାରକ ୁ ଭେଟିବା ସହିତ ୧୦ ତାରିଖ ସୁଦ୍ଧା ଅଭିଯୁକ୍ତଙ୍କୁ ପୋଲିସ ନ ଧରିଲେ ସେମାନେ ୧୧ ତାରିଖରେ ରାଜପଥ ଅବରୋଧ କରିବେ ବୋଲି ଚେତାବନୀ ଦେଇଛନ୍ତି।
ସୂଚନା ଅନୁଯାୟୀ, ରାଜେଶ ନଭେମ୍ବର ୧୩ ତାରିଖରେ ଘରୁ ବାହାରି ମୁକ୍ତାପଶି ଗ୍ରାମକୁ ଭିଡିଓ ସୁଟିଂ ପାଇଁ ଯାଉଥିବା ସ୍ତ୍ରୀଙ୍କୁ କହିଥିଲେ। କିନ୍ତୁ ୧୪ ତାରିଖ ମୁକ୍ତାପଶି ଗ୍ରାମ ମହୋତ୍ସବ ଖନ୍ଦା ପୋଖରୀରେ ତାଙ୍କର ମୃତଦେହ ଭାସୁଥିବା ଗ୍ରାମବାସୀ ଦେଖିଥିଲେ। ପୋଲିସ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଦେଢ଼ମାସରୁ ବିତିଯାଇଥିଲେ ମଧ୍ୟ ପୁଲିସ ହତ୍ୟାକାଣ୍ଡ ଉପରୁ ରହସ୍ୟ ହଟାଇ ପାରିନାହିଁ । ଏ ନେଇ ନେଇ ପରଜଙ୍ଗ ନିର୍ବାଚନ ମଣ୍ଡଳୀର ବ୍ଲକ କଂଗ୍ରେସ କମିଟି ସଂଯୋଜକ ଅବିନାଶ ପଣ୍ଡାଙ୍କ ନେତୃତ୍ୱରେ ରାମଚନ୍ଦ୍ର ସାହୁ , ରଘୁ ସାହୁ, କେନ୍ଦୁ ଜେନା କଙ୍କଡ଼ା ହାଡ଼ ବ୍ଲକ କାରଗିଲ ପଞ୍ଚାୟତ ପୂର୍ବତନ ସରପଞ୍ଚ ରଞ୍ଜିତ ସିଂ ରାଜେଶଙ୍କ ପରିବାରକୁ ଭେଟିଛନ୍ତି। ୧୦ ତାରିଖ ସୁଦ୍ଧା ଯଦି ହତ୍ୟାକାଣ୍ଡ ଉପରୁ ପୋଲିସ ରହସ୍ୟ ଖୋଲି ନପାରେ ତେବେ କଂଗ୍ରେସ କମିଟି କର୍ମକର୍ତ୍ତା, ସାଆନ୍ଦା ଅଞ୍ଚଳର ସର୍ବସାଧାରଣଙ୍କ ସମେତ ରାଜେଶଙ୍କ ପରିବାର ତରଫରୁ ୧୧ ତାରିଖ ଦିନ ବାରିହାପୁରଠାରେ ୫୩ନଂ. ଜାତୀୟ ରାଜପଥ ଅବରୋଧ କରିବେ ବୋଲି ଜିଲାପାଳ, କାମାକ୍ଷାନଗର ଉପଜିଲାପାଳ, ଏସଡିପିଓ, ପରଜଙ୍ଗ ତହସିଲଦାର, ଥାନାଧିକାରୀଙ୍କୁ ଲିଖିତ ଭାବେ ଜଣାଇଛନ୍ତି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri