Posted inଜାତୀୟ

୧୫ମିନିଟ୍‌ ପରେ ଓ୍ବାଶିଂ ମେସିନ୍‌ରୁ ଉଦ୍ଧାର ହେଲା ଦେଢ଼ ବର୍ଷର ଶିଶୁ: ଆଉ ତା’ପରେ…

ନୂଆଦିଲ୍ଲୀ,୧୫।୨: ରଖେ ହରି ତ ମାରେ କିଏ। ଏହି ଉକ୍ତିଟି ପ୍ରମାଣିତ ହୋଇଥିବା ଦେଖିବାକୁ ମିଳିଛି ଦେଶର ରାଜଧାନୀ ଦିଲ୍ଲୀରେ। ନିକଟରେ ଦିଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଯାହା ସ୍ପଷ୍ଟ ଭାବେ ଦର୍ଶାଉଛି ଯେ, ଯଦି ଭଗବାନ କାହାକୁ ଆଶୀର୍ବାଦ କରନ୍ତି, ତେବେ କେହି ତାଙ୍କୁ କ୍ଷତି ପହଞ୍ଚାଇ ପାରିବେ ନାହିଁ। ଏହି ମାମଲା ଘଟିଛି ଜଣେ ଦେଢ଼ବର୍ଷର ଶିଶୁ ସହିତ। ସୂଚନା ମୁତାବକ, ଜଣେ ଦେଢ଼ ବର୍ଷର ଶିଶୁ ଘରେ ଖେଳୁଥିବା ବେଳେ ଚେୟାରରେ ଚଢ଼ି ସାବୁନ ପାଣିରେ ଭର୍ତ୍ତି ଥିବା ୱାଶିଂ ମେସିନରେ ପଡ଼ିଯାଇଥିଲେ। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା ହେଉଛି, ପିଲାଟି ପ୍ରାୟ ୧୫ ମିନିଟ ପର୍ଯ୍ୟନ୍ତ ଉକ୍ତ ସାବୁନ ପାଣିରେ ଛଟପଟ ହେଉଥିଲେ। ଶିଶୁଟିର ମା’ ଘରେ ଖୋଜାଖୋଜି କରିବା ପରେ ତାଙ୍କୁ ମେସିନ ଭିତରେ ଦେଖିବାକୁ ପାଇଥିଲେ। ସେତେବେଳେ ତାଙ୍କୁ ତୁରନ୍ତ ଉଦ୍ଧାର କରି ହସ୍ପିଟାଲକୁ ନେଇଥିଲେ। ୧୫ ମିନିଟ୍‌ ପର୍ଯ୍ୟନ୍ତ ସାବୁନ ପାଣିରେ ଥିବାରୁ ଶିଶୁର ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଥିଲା। ପିଲାଟି ୭ ଦିନ କୋମାରେ ରହିବା ସହ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ହେଲେ ୭ ଦିନ ପରେ ଶିଶୁର ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବାରୁ ତାଙ୍କୁ ୱାର୍ଡକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କୁ ଡାକ୍ତର ୧୨ଦିନ ଯାଏ ନିଜ ତତ୍ତ୍ୱାବଧାନରେ ରଖିଥିଲେ। ବର୍ତ୍ତମାନ ଶିଶୁଟି ସୁସ୍ଥ ଥିବାରୁ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି ବୋଲି ବସନ୍ତ କୁଞ୍ଜର ଫୋର୍ଟିସ ହସ୍ପିଟାଲର ଡାକ୍ତରମାନେ କହିଛନ୍ତି। ଅନ୍ୟପଟେ ଡାକ୍ତରଙ୍କ କହିବାନୁସାରେ, ଯେତେବେଳେ ପରିବାର ଲୋକ ଶିଶୁ ସହିତ ଡାକ୍ତରଖାନାକୁ ଆସିଥିଲେ, ସେତେବେଳେ ସେ ଅଚେତ ଥିଲେ। ଶିଶୁଟିର କୌଣସି ଗତିବିଧି ନ ଥିବା ବେଳେ ସେ ସମ୍ପୂର୍ଣ୍ଣ ଥଣ୍ଡା ପଡ଼ିଯାଇଥିଲେ ଏବଂ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେଉଥିଲା। ପିଲାଟି ନୀଳ ହୋଇଯାଇଥିବା ବେଳେ ତାଙ୍କର ପଲ୍ସ କିମ୍ବା ବିପି ଜଣାପଡ଼ୁ ନ ଥିଲା ବୋଲି ଡାକ୍ତର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?