ଓମିକ୍ରନକୁ ହରାଇଲା ଦେଢ ବର୍ଷର ଶିଶୁ କନ୍ୟା

ପୁଣେ,୧୨ ।୧୨: ମହାରାଷ୍ଟ୍ର ପୁଣେ ଜିଲାର ପିମ୍ପରି-ଚିଂଚୱଡ ଅଞ୍ଚଳରେ ନିକଟରେ କରୋନା ଭାଇରସର ଓମିକ୍ରନ୍ ଦ୍ୱାରା ସଂକ୍ରମିତ ଦେଢ ବର୍ଷର ଶିଶୁ କନ୍ୟା ଏବେ ସୁସ୍ଥ ହୋଇଥିବା ସୂଚନା ମିଳିଛି । ଏବେ ଶିଶୁଟିକୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ଏହି ନୂଆ ଭାରିଏଣ୍ଟ ଓମିକ୍ରନ୍ ଦ୍ୱାରା ସଂକ୍ରମିତ ୩ ବର୍ଷର ଶିଶୁ ପୁତ୍ରଙ୍କ ନିକଟରେ କୌଣସି ଲକ୍ଷଣ ଦେଖାଯାଇ ନ ଥିଲା ହେଲେ ସେ ଓମିକ୍ରନ୍ ଦ୍ୱାରା ସଂକ୍ରମିତ ହୋଇଥିଲେ । ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ସ୍ୱାସ୍ଥ୍ୟ ଅଧିକାରୀ ସୂଚନା ଦେଇଛନ୍ତି ।
ପିମ୍ପରି-ଚିଂଚୱଡ ଅଞ୍ଚଳରେ ସଂକ୍ରମିତ ୪ ଜଣଙ୍କ ମଧ୍ୟରୁ ୩ ବର୍ଷର ଶିଶୁ ପୁତ୍ର ରହିଛନ୍ତି । ଅନ୍ୟ ୩ ଜଣଙ୍କ ମଧ୍ୟରେ ୨ ପୁରୁଷ ଓ ଜଣେ ମହିଳା ରହିଛନ୍ତି । ନାଇଜେରିଆରୁ ଫେରିଥିବା ଜଣେ ମହିଳା ଓ ସେମାନଙ୍କ ଝିଅଙ୍କ ସହ ମିଶିବା ପରେ ଏମାନେ ଓମିକ୍ରନ୍ ଦ୍ୱାରା ସଂକ୍ରମିତ ହୋଇଥିଲେ । ଜଣେ ସ୍ୱାସ୍ଥ୍ୟ ଅଧିକାରୀଙ୍କ ସୂଚନା ଅନୁଯାୟୀ, ପ୍ରଥମେ ଓମିକ୍ରନ୍‌ରେ ସଂକ୍ରମିତ ୬ଜଣଙ୍କ ମଧ୍ୟରୁ ୪ ଜଣ ସୁସ୍ଥ ହୋଇଯାଇଥିବା ବେଳେ ସେମାନଙ୍କ ମଧ୍ୟରେ ଦେଢ ବର୍ଷର ଶିଶୁ କନ୍ୟା ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି...

ଭାଜପାରେ ଯୋଗଦେଲେ ପ୍ରସିଦ୍ଧ ୟୁଟ୍ୟୁବର: ମା’ଙ୍କ କଥାରେ ଧରିଲେ ପଦ୍ମ

ନୂଆଦିଲ୍ଲୀ,୨୫।୪: ବିହାରର ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କାଶ୍ୟପ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ସେ ଦିଲ୍ଲୀରେ ଦଳର ଜାତୀୟ ସଭାପତି ଜେପି ନଡାଙ୍କୁ ଭେଟି ପଦ୍ମ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂରେ ନଜର ଆସିବେ ହେଭିଓ୍ବେଟ ନେତା, ଭାଗ୍ୟ ପରୀକ୍ଷା କରିବେ ରାହୁଲ-ଶଶୀ ଥରୁର୍‌

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନକୁ ନେଇ ଦେଶରେ ସୃଷ୍ଟି ହୋଇଛି ଏକ ଭିନ୍ନ ପରିବେଶ । ପ୍ରଥମ ପର୍ଯ୍ୟାୟ ପରେ ସବୁ ରାଜନୈତିକ ଦଳ ଏବେ...

ପ୍ରଧାନ ବିଚାରପତି କଲେ ବଡ଼ ଘୋଷଣା, ହ୍ବାଟ୍ସଆପ୍‌ରେ ଓକିଲଙ୍କୁ ମାମଲା ସମ୍ପର୍କିତ ସୂଚନା ପ୍ରଦାନ କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୪: ଭାରତର ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୁଡ଼ ଘୋଷଣା କରିଛନ୍ତି ଯେ ସୁପ୍ରିମକୋର୍ଟ ହ୍ବାଟ୍ସଆପ୍‌ ଜରିଆରେ ଓକିଲଙ୍କ ସହ ଶୁଣାଣି ହେବାକୁ ଥିବା ମାମଲା, ମାମଲା...

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ...

ଅରୁଣାଚଳ-ଚାଇନା ସୀମାରେ ପ୍ରବଳ ବର୍ଷା, ଭୂସ୍ଖଳନରେ ଧୋଇଗଲା ରାଜପଥ

ଇଟାନଗର,୨୫ା୪: ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଖରାଗରମ ହେଉଥିବା ବେଳେ ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଚାଇନା ସୀମାନ୍ତ ଅରୁଣାଚଳ ପ୍ରଦେଶରେ ଲଗାତର ବର୍ଷା...

କ୍ରାସ୍‌ ହେଲା ବାୟୁସେନା ବିମାନ: ଉଡିଗଲା ପଙ୍ଖା

ନୂଆଦିଲ୍ଲୀ,୨୫।୪: ରାଜସ୍ଥାନର ଜୈସଲମେର ନିକଟରେ ବିମାନ ଉଡ଼ାଣ ସମୟରେ ଏକ ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟର ବିଷୟ ହେଉଛି ଏହି ଦୁର୍ଘଟଣାରେ ଜୀବନହାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri