ଶାଳୀଘରୁ ଚୋରି ସୁନା ବନ୍ଧା ପକାଇ ଆଇପିଏଲ୍‌ ବେଟିଂରେ ଲଗାଇଥିଲେ ଟଙ୍କା: ଭିଣୋଇ ଗିରଫ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ଶାଳୀଘରକୁ ଯାଇ ସୁନା ଗହଣା ଚୋରି କରିବା ଅଭିଯୋଗରେ ମଞ୍ଚେଶ୍ୱର ଥାନା ପୋଲିସ ଅଭିଯୁକ୍ତ ଭିଣୋଇଙ୍କୁ ଗିରଫ କରିଛି। ସେ ହେଲେ ଲିଙ୍ଗରାଜ ଥାନା ଅନ୍ତର୍ଗତ ପୁରୁଣା ଭୁବନେଶ୍ୱରର ଅଭିଶେଖ ମହାପାତ୍ର (୩୨)। ତାଙ୍କଠାରୁ ଗୋଟେ ସୁନା ହାର, ଗୋଟେ ମୁଦି ଓ ଗୋଟେ ବ୍ରେସ୍‌ଲେଟ ଜବତ କରାଯାଇଛି। ତଦନ୍ତରୁ ଜଣାପଡିଛି, ଅଭିଯୁକ୍ତ ଅଭିଶେଖ ଚୋରି କରିଥିବା ସୁନାଗୁଡିକୁ ମନାପୁରମ ଆସେଟ ଫାଇନାନ୍ସରେ ବନ୍ଧା ପକାଇ ୧ ଲକ୍ଷ ୬୮ ହଜାର ଟଙ୍କା ଆଣି ଆଇପିଏଲ୍‌ରେ ବେଟିଂରେ ଲଗାଇଥିଲେ। ଏନେଇ ପୋଲିସ ୧୧୦/୨୨ରେ ମାମଲା ରୁଜୁ କରି ରବିବାର କୋର୍ଟ ଚାଲାଣ କରିଛି। ଏଥିସହ ଅଭିଯୁକ୍ତ ଜଣଙ୍କ ମନାପୁରମ ଆସେଟ ଫାଇନାନ୍ସ ଲିର ଶାଖା ପ୍ରବନ୍ଧକଙ୍କଠାରେ ବନ୍ଧକ ରଖିଥିବା ସୁନାକୁ ଜବତ କରି ଅଭିଯୋଗକାରୀଙ୍କ ଜିମା ଦେଇଛନ୍ତି।
ସୂଚନାନୁଯାୟୀ, ଅଭିଯୁକ୍ତ ଅଭିଶେଖ ଅଭିଯୋଗକାରୀ ବଟକିଶୋର ପରିଡ଼ାଙ୍କ ସମ୍ପର୍କୀୟ ଭାଇ। ଏପ୍ରିଲ ୮ରେ ଅଭିଯୁକ୍ତ ତାଙ୍କର ୨ ଭଉଣୀଙ୍କ ସହିତ ବଟକିଶୋରଙ୍କ ଘରକୁ ବୁଲିବାକୁ ଯାଇଥିଲେ। ବଟକିଶୋରଙ୍କ ସ୍ତ୍ରୀ ଘରେ ଥିବା ସମୟରେ ଅଭିଶେଖ ତାଙ୍କର ୪୦ ଗ୍ରାମର ସୁନା ଚେନ, ୧୦ ଗ୍ରାମର ମୁଦି ଓ ୧୮ ଗ୍ରାମର ବ୍ରେସ୍‌ଲେଟ ଚୋରି କରି ନେଇଯାଇଥିଲେ। ଘରେ ସୁନା ନ ଥିବା ଜାଣିପାରି ଅଭିଯୋଗକାରୀଙ୍କ ସ୍ତ୍ରୀ ଅଭିଶେଖଙ୍କୁ ପଚାରିଥିଲେ। ହେଲେ ଅଭିଶେଖ ତାଙ୍କୁ ଖରାପ ଭାଷାରେ ଗାଳିଗୁଳଜ କରିବା ସହ ଧମକ ଦେଇଥିଲେ। ଏନେଇ ବଟକିଶୋର ମଞ୍ଚେଶ୍ୱର ଥାନାରେ ଏପ୍ରିଲ ୧୩ରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri