ପାଣିମିଟର ପାଇଁ ବେଆଇନ ଭାବେ ଟଙ୍କା ନେଇ ବନ୍ଧା ହେଲେ ଯୁବକ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗର ‘ଜିରୋ ଟଲେରାନ୍ସ’ ଯୋଗୁ ଓ୍ବାଟ୍‌କୋ ନାଁରେ ବେଆଇନ ଭାବେ ଅର୍ଥ ଆଦାୟ କରୁଥିବା ଜଣେ ଯୁବକଙ୍କୁ ଗିରଫ କରିଛି ଚନ୍ଦ୍ରଶେଖରପୁର ପୋଲିସ। ସମ୍ପୃକ୍ତ ଯୁବକ ଏଭଳି ଅର୍ଥ ଆଦାୟ କରୁଥିବାର ଅଭିଯୋଗ ବିଭାଗ ନିକଟରେ ପହଞ୍ଚିବା ପରେ ଏ କ୍ଷେତ୍ରରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ଜଣାଯାଇଛି। ଗୃହ ଓ ନଗର ଉନ୍ନୟନ ବିଭାଗ ସୂତ୍ରରୁ ଜଣାଯାଇଛି, ଚନ୍ଦ୍ରଶେଖରପୁର ଡିଷ୍ଟ୍ରିକ୍ଟ ସେଣ୍ଟରର ପ୍ଲଟ୍‌ ନମ୍ବର ୩୧୭/ଏରେ ଦ୍ୱିତୀୟ ପାଣି ମିଟର ଲଗାଇବା ପାଇଁ ପ୍ଲଟ୍‌ ମାଲିକଙ୍କଠାରୁ ସତ୍ୟଦୀପ ମହାନ୍ତି ୪୨୦୦ ଟଙ୍କା ନେଇଥିଲେ। ଏହି ଅର୍ଥ ଓ୍ବାଟ୍‌କୋ ପାଇଁ ଆଦାୟ ହେଉଥିବା ଦର୍ଶାଇଥିଲେ। ଦ୍ୱିତୀୟ ପାଣିମିଟର ଲଗାଇବା ଓ ଏଭଳି ଅର୍ଥ ଆଦାୟ ସମ୍ପୂର୍ଣ୍ଣ ବେଆଇନ ବୋଲି ଜାଣିବା ପରେ ଘର ମାଲିକ ତୁରନ୍ତ ଏ ସଂକ୍ରାନ୍ତରେ ନୀଳାଦ୍ରୀବିହାରରେ ଥିବା ଓ୍ବାଟ୍‌କୋ ଡିଭିଜନକୁ ଅବଗତ କରିଥିଲେ। ବିଭାଗ ନିକଟରେ ଏଭଳି ବେଆଇନ ଅର୍ଥ ଆଦାୟର ଖବର ପହଞ୍ଚିବା ପରେ ତୁରନ୍ତ ଚନ୍ଦ୍ରଶେଖପୁର ଥାନାରେ ଅଭିଯୋଗ ଦରଜ ପାଇଁ ଓ୍ବାଟ୍‌କୋ କର୍ତ୍ତୃପକ୍ଷଙ୍କୁ କୁହାଯାଇଥିଲା। ମାମଲା ରୁଜୁ ପରେ ଥାନା ପକ୍ଷରୁ ଏ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହିତ ସମ୍ପୃକ୍ତ ଯୁବକଙ୍କୁ ଶୁକ୍ରବାର ଗିରଫ କରି ଜେଲ୍‌ ପଠାଇଛନ୍ତି। ଉଲ୍ଲେଖନୀୟ, ଗିରଫ ହୋଇଥିବା ସତ୍ୟଦୀପ ଚନ୍ଦ୍ରଶେଖରପୁର ଅଞ୍ଚଳରେ ଓ୍ବାଟ୍‌କୋ ପ୍ରତ୍ୟେକ ଘରେ ପାଣି ମିଟର ଲଗାଇବା କାମ ନେଇଥିବା ଠିକାଦାର ପ୍ରମୋଦ କୁମାର ରାଉତଙ୍କ ନିକଟରେ କାର୍ଯ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri