ପାଣିମିଟର ପାଇଁ ବେଆଇନ ଭାବେ ଟଙ୍କା ନେଇ ବନ୍ଧା ହେଲେ ଯୁବକ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗର ‘ଜିରୋ ଟଲେରାନ୍ସ’ ଯୋଗୁ ଓ୍ବାଟ୍‌କୋ ନାଁରେ ବେଆଇନ ଭାବେ ଅର୍ଥ ଆଦାୟ କରୁଥିବା ଜଣେ ଯୁବକଙ୍କୁ ଗିରଫ କରିଛି ଚନ୍ଦ୍ରଶେଖରପୁର ପୋଲିସ। ସମ୍ପୃକ୍ତ ଯୁବକ ଏଭଳି ଅର୍ଥ ଆଦାୟ କରୁଥିବାର ଅଭିଯୋଗ ବିଭାଗ ନିକଟରେ ପହଞ୍ଚିବା ପରେ ଏ କ୍ଷେତ୍ରରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ଜଣାଯାଇଛି। ଗୃହ ଓ ନଗର ଉନ୍ନୟନ ବିଭାଗ ସୂତ୍ରରୁ ଜଣାଯାଇଛି, ଚନ୍ଦ୍ରଶେଖରପୁର ଡିଷ୍ଟ୍ରିକ୍ଟ ସେଣ୍ଟରର ପ୍ଲଟ୍‌ ନମ୍ବର ୩୧୭/ଏରେ ଦ୍ୱିତୀୟ ପାଣି ମିଟର ଲଗାଇବା ପାଇଁ ପ୍ଲଟ୍‌ ମାଲିକଙ୍କଠାରୁ ସତ୍ୟଦୀପ ମହାନ୍ତି ୪୨୦୦ ଟଙ୍କା ନେଇଥିଲେ। ଏହି ଅର୍ଥ ଓ୍ବାଟ୍‌କୋ ପାଇଁ ଆଦାୟ ହେଉଥିବା ଦର୍ଶାଇଥିଲେ। ଦ୍ୱିତୀୟ ପାଣିମିଟର ଲଗାଇବା ଓ ଏଭଳି ଅର୍ଥ ଆଦାୟ ସମ୍ପୂର୍ଣ୍ଣ ବେଆଇନ ବୋଲି ଜାଣିବା ପରେ ଘର ମାଲିକ ତୁରନ୍ତ ଏ ସଂକ୍ରାନ୍ତରେ ନୀଳାଦ୍ରୀବିହାରରେ ଥିବା ଓ୍ବାଟ୍‌କୋ ଡିଭିଜନକୁ ଅବଗତ କରିଥିଲେ। ବିଭାଗ ନିକଟରେ ଏଭଳି ବେଆଇନ ଅର୍ଥ ଆଦାୟର ଖବର ପହଞ୍ଚିବା ପରେ ତୁରନ୍ତ ଚନ୍ଦ୍ରଶେଖପୁର ଥାନାରେ ଅଭିଯୋଗ ଦରଜ ପାଇଁ ଓ୍ବାଟ୍‌କୋ କର୍ତ୍ତୃପକ୍ଷଙ୍କୁ କୁହାଯାଇଥିଲା। ମାମଲା ରୁଜୁ ପରେ ଥାନା ପକ୍ଷରୁ ଏ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହିତ ସମ୍ପୃକ୍ତ ଯୁବକଙ୍କୁ ଶୁକ୍ରବାର ଗିରଫ କରି ଜେଲ୍‌ ପଠାଇଛନ୍ତି। ଉଲ୍ଲେଖନୀୟ, ଗିରଫ ହୋଇଥିବା ସତ୍ୟଦୀପ ଚନ୍ଦ୍ରଶେଖରପୁର ଅଞ୍ଚଳରେ ଓ୍ବାଟ୍‌କୋ ପ୍ରତ୍ୟେକ ଘରେ ପାଣି ମିଟର ଲଗାଇବା କାମ ନେଇଥିବା ଠିକାଦାର ପ୍ରମୋଦ କୁମାର ରାଉତଙ୍କ ନିକଟରେ କାର୍ଯ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri