ବନ କର୍ମଚାରୀଙ୍କୁ ଆକ୍ରମଣ କରି ଜଣେ ଗିରଫ

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଘଟଗାଁ ଥାନା ଅନ୍ତର୍ଗତ କୋଳିମାଟିଠାରେ ଗତ ୭ ତାରିଖରେ ଜାତୀୟ ରାଜପଥ ୨୦ର ମେଲଣ ନିକଟରେ ବନ ବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ଚୋରା କାଠ ବୋଝେଇ ଗାଡ଼ି ଲୁଟି ନେବା ଘଟଣାରେ ପୋଲିସ ସାନ୍ତରାପୁରର ଜଣେ କାଠ ମାଫିଆ ଏସ୍‌କେ ଫିରୋଜଙ୍କୁ ଗିରଫ କରିଛି। ଏଥିସହ ୩ଟି ଗାଡି ଜବତ କରିଛି ବୋଲି ଘଟଗାଁ ଥାନା ଅଧିକାରୀ ପ୍ରତିଭା ସାହୁ କହିଛନ୍ତି। ଘଟଣା ଦିନ ରାତିରେ ପ୍ରାୟ ୩ଟି ଗାଡ଼ିରେ ୩୫ରୁ ଊର୍ଦ୍ଧ୍ୱ ମାଫିଆ ବନ ବିଭାଗ କର୍ମଚାରୀଙ୍କୁ ମାରଣାସ୍ତ୍ର ଧରି ଆକ୍ରମଣ କରିଥିଲେ। ଉକ୍ତ ଘଟଣାରେ ୩ଜଣ ବନ କର୍ମଚାରୀ ଆହତ ହୋଇଥିଲେ। ବନ କର୍ମଚାରୀମାନେ ଚୋରାକାଠ ବୋଝେଇ ବୋଲେରୋ ନେଇ ଫେରୁଥିବା ବେଳେ ମାଫିଆମାନେ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। କାଠ ମାଫିଆମାନେ ବନ ବିଭାଗର ଦୁଇଟି ବୋଲେରର ଆଗ କାଚ ଏବଂ ପଛ କାଚ ଭାଙ୍ଗି ଦେଇଛନ୍ତି । ଏହାକୁ ନେଇ ଘଟଗାଁ ରେଞ୍ଜର ପ୍ରଭାତ କୁଅଁର ଘଟଗାଁ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଆଧାର କରି ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ସାନ୍ତରାପୁର ଅଞ୍ଚଳରୁ ମାତ୍ର ଜଣଙ୍କୁ ଗିରଫ କରିବାରେ ସମର୍ଥ ହୋଇଛି। ଅନ୍ୟ କାଠ ମାଫିଆମାନେ ଗାଁ ଛାଡି ଅନ୍ୟ ଅଞ୍ଚଳରେ ଲୁଚି ଛପି ରହିଥିବା ବେଳେ ପୋଲିସ ସେମାନଙ୍କର ଟେର୍‌ ପାଉନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri