ବନ କର୍ମଚାରୀଙ୍କୁ ଆକ୍ରମଣ କରି ଜଣେ ଗିରଫ

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଘଟଗାଁ ଥାନା ଅନ୍ତର୍ଗତ କୋଳିମାଟିଠାରେ ଗତ ୭ ତାରିଖରେ ଜାତୀୟ ରାଜପଥ ୨୦ର ମେଲଣ ନିକଟରେ ବନ ବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ଚୋରା କାଠ ବୋଝେଇ ଗାଡ଼ି ଲୁଟି ନେବା ଘଟଣାରେ ପୋଲିସ ସାନ୍ତରାପୁରର ଜଣେ କାଠ ମାଫିଆ ଏସ୍‌କେ ଫିରୋଜଙ୍କୁ ଗିରଫ କରିଛି। ଏଥିସହ ୩ଟି ଗାଡି ଜବତ କରିଛି ବୋଲି ଘଟଗାଁ ଥାନା ଅଧିକାରୀ ପ୍ରତିଭା ସାହୁ କହିଛନ୍ତି। ଘଟଣା ଦିନ ରାତିରେ ପ୍ରାୟ ୩ଟି ଗାଡ଼ିରେ ୩୫ରୁ ଊର୍ଦ୍ଧ୍ୱ ମାଫିଆ ବନ ବିଭାଗ କର୍ମଚାରୀଙ୍କୁ ମାରଣାସ୍ତ୍ର ଧରି ଆକ୍ରମଣ କରିଥିଲେ। ଉକ୍ତ ଘଟଣାରେ ୩ଜଣ ବନ କର୍ମଚାରୀ ଆହତ ହୋଇଥିଲେ। ବନ କର୍ମଚାରୀମାନେ ଚୋରାକାଠ ବୋଝେଇ ବୋଲେରୋ ନେଇ ଫେରୁଥିବା ବେଳେ ମାଫିଆମାନେ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। କାଠ ମାଫିଆମାନେ ବନ ବିଭାଗର ଦୁଇଟି ବୋଲେରର ଆଗ କାଚ ଏବଂ ପଛ କାଚ ଭାଙ୍ଗି ଦେଇଛନ୍ତି । ଏହାକୁ ନେଇ ଘଟଗାଁ ରେଞ୍ଜର ପ୍ରଭାତ କୁଅଁର ଘଟଗାଁ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଆଧାର କରି ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ସାନ୍ତରାପୁର ଅଞ୍ଚଳରୁ ମାତ୍ର ଜଣଙ୍କୁ ଗିରଫ କରିବାରେ ସମର୍ଥ ହୋଇଛି। ଅନ୍ୟ କାଠ ମାଫିଆମାନେ ଗାଁ ଛାଡି ଅନ୍ୟ ଅଞ୍ଚଳରେ ଲୁଚି ଛପି ରହିଥିବା ବେଳେ ପୋଲିସ ସେମାନଙ୍କର ଟେର୍‌ ପାଉନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri