ମାଡ଼ ମାରି ବାଇକ, ଟଙ୍କା ଲୁଟ ଘଟଣାରେ ଜଣେ ଗିରଫ

ଦିଗପହଣ୍ଡି,୪ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁରରେ ରହୁଥିବା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ଏଲ.ଶିବା ରେଡ୍ଡୀଙ୍କୁ ଦିଗପହଣ୍ଡି ଥାନା ଏସଆଇ ଜ୍ୟୋତି ରଞ୍ଜନ ବେହେରା ସୋମବାର ଛିନ୍‌ତାଇ ମାମଲାରେ ଗିରଫ କରି ବ୍ରହ୍ମପୁର ସଦର କୋର୍ଟକୁ ଚାଲାଣ କରିଛନ୍ତି। କେଶନ ନଂ.୨୭୬/୨୫ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଗୁରୁବାର ରାତି ପ୍ରାୟ ସାଢେ ୧୦ ଟାରେ ଦିଗପହଣ୍ଡି ଥାନା ବରପଲ୍ଲୀ ଗ୍ରାମର ଧର୍ମପଦ ଭୁଁୟା ସିଦ୍ଧେଶ୍ୱର ଗ୍ରାମରେ କାମ ସାରି ବାଇକ (ନଂ.ଓଡ଼ି ୦୭ ଏ ଏଲ -୭୯୭୩) ଯୋଗେ ଘରକୁ ଫେରୁଥିବା ବେଳେ ବନ୍ଥପଲ୍ଲୀ ଗ୍ରାମ କେନାଲ ଚାରିଛକ ଫୋନ ଟାୱାର ପାଖରେ ଅଭିଯୁକ୍ତ ଶିବା ସହ ବ୍ରହ୍ମପୁର ସଦର ଥାନା ଲାଠି ଗ୍ରାମର ସାଇ ଗୌଡ଼ ଅନ୍ୟ ଜଣେ ଅଚିହ୍ନା ଯୁବକ ଅନ୍ୟ ଏକ ବାଇକରେ ଆସି ତାଙ୍କୁ ଅଟକାଇ ଥିଲେ। ଜଣେ ଅଜଣା ଦୁର୍ବୃତ୍ତ ଏକ କଟୁରୀ ତାଙ୍କ ବେକ ପାଖରେ ଲଗାଇ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ପରେ ସେମାନେ ତାଙ୍କୁ ସଂଘବଦ୍ଧ ଆକ୍ରମଣ କରି ତାଙ୍କ ପକେଟରୁ ଟଙ୍କା ଲୁଟି ନେବା ସହ ତାଙ୍କୁ ରାସ୍ତାକଡ ଡ୍ରେନକୁ ଠେଲି ଦେଇ ତାଙ୍କ ବାଇକକୁ ଛଡାଇ ନେଇ ଚମ୍ପଟ ମାରିଥିଲେ। ଏନେଇ ଧର୍ମପଦ ଦିଗପହଣ୍ଡି ଥାନାରେ ଏତଲା ଦେବା ପରେ ଭାରପ୍ରାପ୍ତ ଆଇଆଇସି ପ୍ରଶାନ୍ତ ପାତ୍ର ଅଭିଯୁକ୍ତ ମାନଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିଲେ। ଗିରଫ ଅଭିଯୁକ୍ତ ଶିବାଙ୍କ ନାଁ ରେ ଦିଗପହଣ୍ଡି ସମେତ ବ୍ରହ୍ମପୁରର ବିଭିନ୍ନ ଥାନାରେ ଏକାଧିକ ସଙ୍ଗୀନ ମାମଲା ରହିଥିବା ଜଣାପଡିଛି। ଏହି ଘଟଣାରେ ସମ୍ପୃକ୍ତ ଅନ୍ୟ ୨ ଜଣ ଫେରାର ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର

କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri