କଦଳୀ ବୋଝେଇ ଟ୍ରକ୍‌ରେ ଚାଲାଣ ହେଉଥିଲା କୋଟିଏ ଟଙ୍କାର ଗଞ୍ଜେଇ

ସୁନାବେଡ଼ା,୯।୭: ସୁନାବେଡ଼ା ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧କୋଟି ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ପୋଲିସ ସୂଚନା ଦେଇଛି। ଏହି ଘଟଣାରେ ପୋଲିସ ଝାଡ଼ଖଣ୍ଡ ବୋକାରୋ ଅଞ୍ଚଳର ରମନ କୁମାର ରାଉତ (୩୩) ଓ ରାଜୀବ କୁମାର ମହତ (୧୯)ଙ୍କୁ ଗିରଫ କରିଛି ବୋଲି ଥାନା ଅଧିକାରୀ ପ୍ରଦ୍ୟୁମ୍ନ କୁମାର ମହାପାତ୍ର ସୂଚନା ଦେଇଛନ୍ତି।

ଗୁରୁବାର ରାତିରେ ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଏକ ଟ୍ରକ୍‌( ଜେଏଚ୍‌-୦୯ଏଏସ୍‌-୪୩୩୫) ଦ୍ରୁତଗତିରେ ସୁନାବେଡ଼ାରୁ କୋରାପୁଟ ଅଭିମୁଖେ ଯାଉଥିଲା। ସନ୍ଦେହ ହେବାରୁ ପୋଲିସ ତାହାକୁ ଅଟକାଇ ଯାଞ୍ଚ କରିଥିଲା। ଉକ୍ତ ଟ୍ରକ୍‌ ଡାଲାରେ କଦଳୀ କାନ୍ଧି ମଧ୍ୟରେ ବହୁ ଗଞ୍ଜେଇ ପ୍ୟାକେଟ ପୋଲିସକୁ ମିଳିଥିଲା। ଜବତ ଗଞ୍ଜେଇର ଓଜନ ୧୨ କୁଇଣ୍ଟାଲ ୪ କେଜି ୭ ଶହ ଗ୍ରାମ, ଯାହାର ବଜାର ମୂଲ୍ୟ ୧କୋଟିରୁ ଊଦ୍ଧର୍‌ବ ଟଙ୍କା ହେବ ବୋଲି ପୋଲିସ କହିଛି। ପୋଲିସ ଏ ନେଇ ୯୧/୨୧ରେ ମାମଲା ରୁଜୁ କରିଛି। ପାଟ୍ରୋଲିଂ ବେଳେ ଏସ୍‌ଆଇ ନୀଳାଦ୍ରି କଂହର, ଏଏସ୍‌ଆଇ କେ.ସି. ବେହେରା, ହାବିଲଦାର ଏମ୍‌.ଏମ୍‌ .ସାବତ, କନ୍‌ଷ୍ଟେବଳ ଡି.କେ. ମାଝି, କେ.ଆର୍‌. ଖେମୁଣ୍ଡୁ ଓ ଏନ୍‌. ଭତ୍ରା ପ୍ରମୁଖ ସାମିଲ ଥିଲେ। ଏସ୍‌ଆଇ ମୁକୁନ୍ଦ ମେଲକା ଏହାର ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

‘ପାଗଳ ଟ୍ରମ୍ପଙ୍କ ଆକ୍ରମଣ ବନ୍ଦ କର’: କାହାକୁ ଏମିତି କହିଲେ ପୂର୍ବତନ UN ପରମାଣୁ ନୀରିକ୍ଷଣ ମୁଖ୍ୟ

ଓ୍ବାଶିଂଟନ,୫।୪: ଜାତିସଂଘର ପରମାଣୁ ପ୍ରତ୍ୟକ୍ଷ ସଂସ୍ଥାର ପୂର୍ବତନ ମୁଖ୍ୟ ଶନିବାର ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟପ୍ରାଚ୍ୟକୁ ଅଗ୍ନିଗୋଲାରେ ପରିଣତ କରିବାରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ରୋକିବା ପାଇଁ ଅନୁରୋଧ କରିଛନ୍ତି।…

ବୁଶେହର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ପରେ ଇରାନର ବଡ଼ ଚେତାବନୀ, କହିଲା ଧ୍ୱଂସ ହୋଇଯିବ ଉପସାଗରୀୟ ରାଷ୍ଟ୍ର

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ଉଭୟ ପକ୍ଷରୁ ପରସ୍ପରର ସ୍ଥିତି ଉପରେ ନିରନ୍ତର ଆକ୍ରମଣ ଜାରି ରହିଛି।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri