ଆହାର କେନ୍ଦ୍ର ତଦାରଖ ଲାଗି କୋଟିଏ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟର ବିଭିନ୍ନ ସହରାଞ୍ଚଳରେ ଥିବା ୧୬୬ ଆହାର କେନ୍ଦ୍ର ପରିଚାଳନାରେ ୧୫୭ ମିଶନ ଶକ୍ତି ଗୋଷ୍ଠୀର ୨ ହଜାରରୁ ଅଧିକ ସଦସ୍ୟା ନିୟୋଜିତ ହୋଇଛନ୍ତି। ୨୦୨୦ ନଭେମ୍ବରରୁ ଏହି ମହିଳମାନେ ସଫଳତାର ସହ ଆହାର କେନ୍ଦ୍ର ପରିଚାଳନା କରୁଛନ୍ତି। ସରକାର ମଧ୍ୟ ସେମାନଙ୍କ ଅବଦାନର ମୂଲ୍ୟାୟନ କରିବା ସହିତ ତଦାରଖ ଦେୟ ପ୍ରଦାନ କରି ସେମାନଙ୍କ ଆର୍ଥିକ ନିରାପତ୍ତାକୁ ସୁରକ୍ଷିତ କରିଥିବା ସୂଚନା ଦିଆଯାଇଛି। ବିଭାଗୀୟ ତଥ୍ୟ ଅନୁଯାୟୀ, ୧୫୭ଟି ମିଶନ ଶକ୍ତି ଗୋଷ୍ଠୀଙ୍କୁ ଆହାର କେନ୍ଦ୍ରଗୁଡିକରେ ସେବା ଯୋଗାଇବା ଓ ତଦାରଖ ବାବଦରେ ୧ କୋଟି ୧୫ ଲକ୍ଷ ଟଙ୍କା ଦିଆଯାଇଛି।
ଉଲ୍ଲେଖନୀୟ, ରାଜ୍ୟରେ ଥିବା ମିଶନ ଶକ୍ତି ମହିଳା ଗୋଷ୍ଠୀ ଆହାର କେନ୍ଦ୍ରଗୁଡ଼ିକର ବଳ ପାଲଟିଛନ୍ତି। ଏମାନଙ୍କର ସଫଳ ପରିଚାଳନା ଓ ସହଯୋଗ ଲାଗି ସହରାଞ୍ଚଳର ଆହାର କେନ୍ଦ୍ରଗୁଡିକ ଏବେ ସଫଳତାର ଗୋଟିଏ ପରେ ଗୋଟିଏ ପାହାଚ ଚଢିବାରେ ଲାଗିଛି। ମହିଳାମାନଙ୍କୁ ଆତ୍ମନିର୍ଭର ପାଇଁ ସବୁ କ୍ଷେତ୍ରରେ ସହଭାଗୀ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଆହାର କେନ୍ଦ୍ର ପରିଚାଳନା ଦାୟିତ୍ୱରେ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସେମାନଙ୍କୁ ସାମିଲ କରାଯାଇଥିଲାା ଯାହାର ସୁଫଳ ଏବେ ରାଜ୍ୟବାସୀ ପାଉଛନ୍ତି। ସହରାଞ୍ଚଳରେ ଥିବା ଆହାର କେନ୍ଦ୍ରଗୁଡିକରେ ଅଭାବୀ ଓ ଅସହାୟ ଲୋକଙ୍କୁ ମାତ୍ର ୫ ଟଙ୍କାରେ ପେଟପୂରା ଗରମ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ଏହି କେନ୍ଦ୍ରରେ ମହିଳା ଗୋଷ୍ଠୀଙ୍କୁ ନିୟୋଜିତ କରାଯିବା ଫଳରେ ଖାଦ୍ୟ ବିତରଣଠାରୁ ଆରମ୍ଭ କରି ଶାନ୍ତିଶୃଙ୍ଖଳା ରକ୍ଷା, ପରିଷ୍କାର ପରିଚ୍ଛନ୍ନତା ଆଦି ଠିକଣା ଭାବେ ପରିଚାଳନା କରାଯାଇ ପାରୁଛି। ବର୍ତ୍ତମାନ ୩ଟି ମିଶନଶକ୍ତି ଗୋଷ୍ଠୀ ଯଥା ବାଲେଶ୍ୱରର ମା’ ଦୁର୍ଗା, ନବରଙ୍ଗପୁରର ଶ୍ରୀ ସାଇ ଏବଂ ରାୟଗଡାର ସଂସ୍କୃତ ମିଶନ ଶକ୍ତି ଗୋଷ୍ଠୀଙ୍କୁ ସହରାଞ୍ଚଳର ବାସହୀନଙ୍କ ପାଇଁ ଆଶ୍ରୟସ୍ଥଳୀ ପରିଚାଳନା ଦାୟିତ୍ୱ ଦିଆଯାଇଛି। ଏହାର ସଫଳ ପରିଚାଳନା ପାଇଁ ମୋଟ ଖର୍ଚ୍ଚ ହେଉଥିବା ଅର୍ଥର ୧୦ ପ୍ରତିଶତ ମିଶନ ଶକ୍ତି ଗୋଷ୍ଠୀଙ୍କୁ ମିଳୁଛି। କେବଳ ଏହି ୨ଟିରେ ମିଶନ ଶକ୍ତିର ମହିଳା ଗୋଷ୍ଠୀ ନିଜର ସଫଳତାର ପ୍ରମାଣ ଦେଇନାହାନ୍ତି, ବରଂ ସହରାଞ୍ଚଳରେ କାର୍ଯ୍ୟକାରୀ ହେଉଥିବା ଜଳଯୋଗାଣଠାରୁ ଆରମ୍ଭ କରି ପରିମଳ ଏବଂ ଟ୍ରାଫିକ ନିୟନ୍ତ୍ରଣ ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ଆତ୍ମନିର୍ଭର ହୋଇପାରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri