ନବରଙ୍ଗପୁର,୧୬।୧୨(ବି.ପ୍ର.): ସାଧାରଣତଃ ମଣିଷ ମୃତ୍ୟୁ ପୂର୍ବରୁ ନିଜର ସମସ୍ତ ସମ୍ପତ୍ତି ପରିବାର ଅଥବା ବନ୍ଧୁଙ୍କୁ ଦାନ କରିଥାନ୍ତି। କିନ୍ତୁ ନବରଙ୍ଗପୁର ସହର ଭଗବତୀ ସାହି ବାସିନ୍ଧା ଭବାନୀ ସାହୁଙ୍କ ସ୍ତ୍ରୀ ବୈଜୟନ୍ତୀ ନିଜର କୋଟିଏ ଟଙ୍କାର ଘରକୁ ସ୍ଥାନୀୟ ଜଗନ୍ନାଥ ମନ୍ଦିରର ନୀତି ପରିଚାଳନା ନିଯୋଗକୁ ଦାନ କରିଛନ୍ତି। ମଙ୍ଗଳବାର ତାଙ୍କ ପରିବାର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଜିଲାରେ ଏଭଳି ଘଟଣା ପ୍ରଥମ। ବୈଜୟନ୍ତୀଙ୍କ ଏତାଦୃଶ କାମ ପାଇଁ ସମସ୍ତେ ତାଙ୍କୁ ସାଧୁବାଦ ଦେଉଛନ୍ତି।
ବୈଜୟନ୍ତୀଙ୍କ ସ୍ବାମୀ ଭବାନୀ ଜଣେ ପକ୍ଷାଘାତ ରୋଗୀ। ସେମାନଙ୍କର ୩ ଝିଅ (ପୁଷ୍ପାଞ୍ଜଳି, ଗୀତାଞ୍ଜଳି ଓ ଶ୍ରଦ୍ଧାଞ୍ଜଳି) ଅଛନ୍ତି। ସମସ୍ତ ଝିଅ ବିବାହ କରି ସାରିଛନ୍ତି। ବୈଜୟନ୍ତୀ ଜଣେ ଜଗନ୍ନାଥ ଭକ୍ତ ଥିଲେ। ସେ କ୍ୟାନ୍ସରରେ ପୀଡିତ ଥିବା କିଛିମାସ ଆଗରୁ ଜଣାପଡିଥିଲା। ମୃତ୍ୟୁ ପୂର୍ବରୁ ନିଜ ଘରକୁ ସ୍ଥାନୀୟ ଜଗନ୍ନାଥ ମନ୍ଦିର ନୀତି ପରିଚାଳନା ନିଯୋଗକୁ ଦାନ କରିବାକୁ ଚାହୁଁଥିବା ନେଇ ଝିଅ ଜ୍ୱାଇଁଙ୍କୁ ଜଣାଇଥିଲେ। ନଭେମ୍ବର ୨୬ରେ ମନ୍ଦିର ନୀତି ପରିଚାଳନା କମିଟିକୁ କୋଟିଏ ଟଙ୍କାର ଘରକୁ ବୈଜୟନ୍ତୀ ଦାନ କରିଥିଲେ ବୋଲି ବଡ଼ଝିଅ ପୁଷ୍ପାଞ୍ଜଳି କହିଛନ୍ତି। ଡିସେମ୍ବର ୨ରେ ବୈଜୟନ୍ତୀଙ୍କ ମୃତ୍ୟୁ ପରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ନୀତି ପରିଚାଳନା ନିଯୋଗ ପକ୍ଷରୁ ପୁରୀ ସ୍ବର୍ଗଦ୍ୱାରରେ ମୃତଦେହ ସତ୍କାର ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଥିଲା ବୋଲି ମଙ୍ଗଳବାର ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟରେ ରାଜପୁରୋହିତ ନରସିଂହ ତ୍ରିପାଠୀ, ଜଗନ୍ନାଥ ନୀତି ପରିଚାଳନା ନିଯୋଗ ସଭାପତି ନରେଶ ତ୍ରିପାଠୀ, ସମ୍ପାଦକ କୁନା ପାତ୍ର, ଉପସଭାପତି ଭବାନୀ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ବୈଜୟନ୍ତୀଙ୍କ ଜ୍ୱାଇଁ ନରସିଂହ ଚୌଧୁରୀ, ଅଜୟ ଶତପଥୀ ଓ ହରି ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।
Posted inଆମ ଜିଲା ଖବର, ନବରଙ୍ଗପୁର View All
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ
ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଘରୋଇ କଲେଜ ସିଲ୍ କଲା ପ୍ରଶାସନ, ତଦନ୍ତ ଆରମ୍ଭ
ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…
ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…
ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ
ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

