Posted inଜାତୀୟ

ଟିକାକରଣରେ ମହାରାଷ୍ଟ୍ର ଆଗରେ

ନୂଆଦିଲ୍ଲୀ,୨୭ ।୭: କରୋନା ମହାମାରୀ ଏବେ ସାରା ବିଶ୍ୱର ମେରୁଦଣ୍ଡକୁ ଏକ ପ୍ରକାର ଦୋହଲାଇ ଦେଇଛି କହିଲେ ଚଳେ । ଏହି ମହାମାରୀଠାରୁ ଦୂରେଇ ରହିବାର ଗୋଟିଏ ମାଧ୍ୟମ ହେଉଛି ଟିକାକରଣ । ଦିନେ କରୋନା ମହାମାରୀରେ ଦେଶରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଥିବା ମହାରାଷ୍ଟ୍ର ଏବେ ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟି ଯାଇଛି । ସୂଚନାଯୋଗ୍ୟ, ମହାରାଷ୍ଟ୍ର ଏବେ ଦେଶର ପ୍ରଥମ ରାଜ୍ୟ ଭାବେ ଟିକାକରଣ କ୍ଷେତ୍ରରେ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି । ସୋମବାର ପର୍ଯ୍ୟନ୍ତ ମହାରାଷ୍ଟ୍ରରେ ୧,୦୦,୯୯,୫୨୪ ଲୋକଙ୍କୁ ଉଭୟ ଡୋଜ ଟିକା ଦିଆ ସରିଲାଣି । ସେହିଭଳି ଦେଶରେ ପ୍ରାୟ ୯କୋଟି ଲୋକଙ୍କୁ ଦୁଇଟି ଯାକ ଡୋଜ ଦିଆ ସରିଲାଣି । ତେବେ ମହାରାଷ୍ଟ୍ରରେ ଜନସଂଖ୍ୟା ପ୍ରାୟ ୮.୫ କୋଟି ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୧୨ ପ୍ରତିଶତ ଉଭୟ ଡୋଜ ଟିକା ନେଇ ସାରିଲେଣି । ଆଉ ୨୫ ପ୍ରତିଶତ ଗୋଟିଏ ଡୋଜ ନେଇସାରିଲେଣି ।


Enter your email to get our daily news in your inbox.

All Right Reserved By Dharitri.Com

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri