ବ୍ୟାଙ୍କ ଲକରରୁ ଲୁଟିନେଲେ କୋଟିଏ ଟଙ୍କାର ସୁନାଗହଣା

ରାସୋଳ,୧୨ା୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାସୋଳ ବଜାର ନିକଟରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ମଙ୍ଗଳବାର ଅପରାହ୍ନରେ ସଶସ୍ତ୍ର ଡକାୟତି ହୋଇଛି। ୪ଜଣ ଦୁର୍ବୃତ୍ତ ବ୍ୟାଙ୍କ ଲକରରୁ ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ସମେତ ୧୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ନେଇଯାଇଛନ୍ତି। ଅଭିଯୁକ୍ତଙ୍କ ଭୁଜାଲି ଆକ୍ରମଣରେ ବ୍ୟାଙ୍କର ୨ କର୍ମଚାରୀ ଆହତ ହୋଇଛନ୍ତି। ସ୍ପଷ୍ଟ ଦିବାଲୋକରେ ଜନଗହଳିପୂର୍ଣ୍ଣ ସ୍ଥାନରୁ ଏଭଳି ଡକାୟତି ଅଞ୍ଚଳବାସୀଙ୍କ ମଧ୍ୟରେ କୋକୁଆଭୟ ଖେଳାଇ ଦେଇଛି। ଅନ୍ୟପଟେ ଘଟଣା ପରେ ସାଇଣ୍ଟିଫିକ୍‌ ଟିମ୍‌, ସନ୍ଧାନୀ କୁକୁର ସହାୟତାରେ ପୋଲିସ ତଦନ୍ତ ଆରମ୍ଭ କରିଛି। ସିସିଟିଭି ଫୁଟେଜରୁ ଡକାୟତଙ୍କ ସମ୍ପର୍କରେ ସୂଚନା ମିଳିଥିବାବେଳେ ପୋଲିସ ବିଭିନ୍ନ ସ୍ଥାନରେ ନାକାବନ୍ଦୀ କରି ସେମାନଙ୍କୁ ଧରିବାକୁ ଉଦ୍ୟମ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri