ବ୍ୟାଙ୍କ ଲକରରୁ ଲୁଟିନେଲେ କୋଟିଏ ଟଙ୍କାର ସୁନାଗହଣା

ରାସୋଳ,୧୨ା୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାସୋଳ ବଜାର ନିକଟରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ମଙ୍ଗଳବାର ଅପରାହ୍ନରେ ସଶସ୍ତ୍ର ଡକାୟତି ହୋଇଛି। ୪ଜଣ ଦୁର୍ବୃତ୍ତ ବ୍ୟାଙ୍କ ଲକରରୁ ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ସମେତ ୧୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ନେଇଯାଇଛନ୍ତି। ଅଭିଯୁକ୍ତଙ୍କ ଭୁଜାଲି ଆକ୍ରମଣରେ ବ୍ୟାଙ୍କର ୨ କର୍ମଚାରୀ ଆହତ ହୋଇଛନ୍ତି। ସ୍ପଷ୍ଟ ଦିବାଲୋକରେ ଜନଗହଳିପୂର୍ଣ୍ଣ ସ୍ଥାନରୁ ଏଭଳି ଡକାୟତି ଅଞ୍ଚଳବାସୀଙ୍କ ମଧ୍ୟରେ କୋକୁଆଭୟ ଖେଳାଇ ଦେଇଛି। ଅନ୍ୟପଟେ ଘଟଣା ପରେ ସାଇଣ୍ଟିଫିକ୍‌ ଟିମ୍‌, ସନ୍ଧାନୀ କୁକୁର ସହାୟତାରେ ପୋଲିସ ତଦନ୍ତ ଆରମ୍ଭ କରିଛି। ସିସିଟିଭି ଫୁଟେଜରୁ ଡକାୟତଙ୍କ ସମ୍ପର୍କରେ ସୂଚନା ମିଳିଥିବାବେଳେ ପୋଲିସ ବିଭିନ୍ନ ସ୍ଥାନରେ ନାକାବନ୍ଦୀ କରି ସେମାନଙ୍କୁ ଧରିବାକୁ ଉଦ୍ୟମ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri