Posted inଖେଳ

ଦିନିକିଆ କ୍ରିକେଟ ବିଶ୍ୱକପ୍‌ ଅକ୍ଟୋବର ୫ରୁ

ନୂଆଦିଲ୍ଲୀ, ୨୨ା୩: ଭାରତରେ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ବିଶ୍ୱକପ୍‌ ୨୦୨୩ ଅକ୍ଟୋବର ୫ରୁ ନଭେମ୍ବର ୧୯ ପର୍ଯ୍ୟନ୍ତ ହେବ। ଏକ ରିପୋର୍ଟରେ ଏ ବିଷୟ ପ୍ରକାଶ ପାଇଛି। ଫାଇନାଲ ମ୍ୟାଚ୍‌ ଅହମଦାବାଦ୍‌ରେ ବିଶ୍ୱର ସର୍ବବୃହତ୍‌ ଷ୍ଟାଡିୟମରେ ଖେଳାଯିବ। ଖବର ଅନୁସାରେ, ଇତିମଧ୍ୟରେ ଭେନ୍ୟୁଗୁଡ଼ିକର ଏକ ସଂକ୍ଷିପ୍ତ ତାଲିକା ପ୍ରସ୍ତୁତ ହୋଇସାରିଛି। ଅହମଦାବାଦ୍‌କୁ ଛାଡ଼ିଦେଲେ ବେଙ୍ଗାଲୁରୁ, ଚେନ୍ନାଇ, ଦିଲ୍ଲୀ, ଧର୍ମଶାଳା, ଗୁଆହାଟୀ, ହାଇଦ୍ରାବାଦ, କୋଲ୍‌କାତା, ଲକ୍ଷ୍ନୌ, ଇନ୍ଦୋର, ରାଜକୋଟ ଓ ମୁମ୍ବାଇ ରହିଛି। ଏହି ଟୁର୍ନାମେଣ୍ଟ ୪୬ ଦିନ ଧରି ଚାଲିବ ଏବଂ ୩ ନକ୍‌ଆଉଟ ସମେତ ମୋଟ ୪୮ ମ୍ୟାଚ୍‌ ଖେଳାଯିବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏପର୍ଯ୍ୟନ୍ତ କୌଣସି ଗେମ୍‌ ପାଇଁ ନିର୍ଦ୍ଦିଷ୍ଟ ଭେନ୍ୟୁ ସ୍ଥିର କରିନାହିଁ। ଯେଉଁ ଦୁଇ ଅବା ତିନି ସହରରେ ଓ୍ବାର୍ମଅପ୍‌ ଖେଳାଯିବ ତାହା ମଧ୍ୟ ଚୂଡ଼ାନ୍ତ କରିନାହିଁ। କାରଣ ଭାରତର ବିଭିନ୍ନ ଅଞ୍ଚଳରେ ମୌସୁମୀ ସମୟରେ ଫରକ ରହିଛି। ସାଧାରଣତଃ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଅତିକମ୍‌ରେ ବର୍ଷକ ପୂର୍ବରୁ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କରିଥାଏ। ମାତ୍ର ଏଥର ବିସିସିଆଇ ଭାରତ ସରକାରଙ୍କଠାରୁ ଆବଶ୍ୟକ କ୍ଲିୟରାନ୍ସ ଅପେକ୍ଷାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି।…

ଷଣ୍ଢକୁ ଆକ୍ରମଣ କରି ଖାଇଲା କୁମ୍ଭୀର

ରାଜନଗର, ୧୮।୮ (ଭାସ୍କର ରାଉତରାୟ): ବନ୍ୟା ଆସିବା ଯୋଗୁ ଏବେ ବଉଳା କୁମ୍ଭୀରଙ୍କ ଆତଙ୍କ ବଢ଼ିଛି। ବନ୍ୟା ପ୍ରପୀଡ଼ିତ ଲୋକଙ୍କ ଆଖିରୁ ନିଦ ହଜିଯାଇଛି। ଭିତରକନିକା ଜାତୀୟ…

ଇମ୍ରାନ ଖାନଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ଇସଲାମାବାଦ,୧୮।୮: ଜେଲରେ ବନ୍ଦୀ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ ପାକିସ୍ତାନ ସର୍ବୋଚ୍ଚ କୋର୍ଟ ମଙ୍ଗଳବାର ପାକ୍‌ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।…

୨୦୨୭ ନିର୍ବାଚନ ପାଇଁ ଭାଜପାର ମାଷ୍ଟରପ୍ଲାନ୍‌: ବିରୋଧୀ ମହଲରେ ହଟଚମଟ

ନୂଆଦିଲ୍ଲୀ, ୧୮।୮: ଭାଜପା ଉତ୍ତର ପ୍ରଦେଶରେ ସଂଗଠନର ଦାୟିତ୍ୱ ବରିଷ୍ଠ ନେତା ବିନୋଦ ତାୱଡେଙ୍କୁ ଦେଇଛି। ତାଙ୍କୁ ଉତ୍ତର ପ୍ରଦେଶର ପ୍ରଭାରୀ ନିଯୁକ୍ତ କରାଯାଇଛି। ଏଥିରୁ ସଙ୍କେତ…

ଶୁକ୍ର-ଶନିଙ୍କ ବଡ଼ ଯୋଗ: ଏହି ୪ ରାଶି ପାଇଁ ସୁବର୍ଣ୍ଣ ସୁଯୋଗ, ଘଟିବ ଏଭଳି ଯାହା କେବେ…

ଶୁକ୍ର ଗ୍ରହ ଏବଂ ଶନି ଗ୍ରହ ୨୧ ଅଗଷ୍ଟ ୨୦୨୬, ଶୁକ୍ରବାର ସନ୍ଧ୍ୟା ୬ଟା ୧୦ ମିନିଟରେ ପରସ୍ପର ୧୮୦ ଡିଗ୍ରୀରେ ଅବସ୍ଥାନ କରିବେ। ଏହି ସମୟରେ…

ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଅଧା କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି

ଲାଞ୍ଜିଗଡ, ୧୮।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ମାଝୀପଡ଼ା ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠାରେ…

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri