ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨୬।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି । ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୬ ହଜାର ୧୬୪ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୬୦୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୪ ହଜାର ୧୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୫୭ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୩୩ ହଜାର ୭୨୫ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୦ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୦୯ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୩୬ ହଜାର ୩୬୫ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୬୦ କୋଟି ୩୮ ଲକ୍ଷ ୪୬ ହଜାର ୪୭୫ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୬୧ ଲକ୍ଷ ୯୦ ହଜାର ୯୩୦ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୧ କୋଟି ୩୧ ଲକ୍ଷ ୨୯ ହଜାର ୩୭୮ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୭ ଲକ୍ଷ ୮୭ ହଜାର୨୮୩ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୭ ଲକ୍ଷ ୮୮ ହଜାର ୪୪୦ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୫ ଲକ୍ଷ ୧୨ ହଜାର ୩୬୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଡି ମୋ ସ୍ବାମୀଙ୍କୁ ହଇରାଣ କରୁଛନ୍ତି, ସେ ବହୁତ ଅସୁସ୍ଥ ଅଛନ୍ତି:ସୁନୀତା

ନୂଆଦିଲ୍ଲୀ,୨୮।୩: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗୁରୁବାର କୋର୍ଟରୁ ଆଶ୍ୱସ୍ତି ପାଇନାହାଁନ୍ତି ଏବଂ ତାଙ୍କୁ ଏପ୍ରିଲ ୧ ପର୍ଯ୍ୟନ୍ତ ଇଡି ରିମାଣ୍ଡରେ...

ଅନ୍ୟକୁ ଡରାଇବା ଧମକାଇବା କଂଗ୍ରେସର ସଂସ୍କୃତି…ଓକିଲଙ୍କ ଚିଠିକୁ ନେଇ ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଅନ୍ୟମାନଙ୍କୁ ଭୟଭୀତ କରିବା ହେଉଛି କଂଗ୍ରେସର ପୁରୁଣା ସଂସ୍କୃତି। ମାତ୍ର ୫ଦଶନ୍ଧି ପୂର୍ବରୁ ସେ ଏକ ‘ପ୍ରତିବଦ୍ଧ...

ଭାଜପାରେ ମିଶିଲେ ଭାରତର ସବୁଠାରୁ ଧନୀ ମହିଳା ସାବିତ୍ରୀ ଜିନ୍ଦଲ

ନୂଆଦିଲ୍ଲୀ,୨୮।୩: ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ଭାରତର ସବୁଠାରୁ ଧନୀ ମହିଳା ତଥା ହରିୟାଣାର ପୂର୍ବ ମନ୍ତ୍ରୀ ସାବିତ୍ରୀ ଜିନ୍ଦଲ(୮୪) ଭାଜପାରେ ସାମିଲ ହୋଇଛନ୍ତି। କିଛି...

ଅଗ୍ନିବୀର ଯୋଜନାକୁ ନେଇ ସରକାର ନେବେ ବଡ ନିଷ୍ପତ୍ତି? ରାଜନାଥ ଦେଲେ ସୂଚନା

ନୂଆଦିଲ୍ଲୀ,୨୮।୩: ଅଗ୍ନିବୀର ଯୋଜନା ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଆବଶ୍ୟକତା ପଡେ ତେବେ...

ଛିଣ୍ଡିଲା କଥା! ମହାମେଣ୍ଟରେ ସମାଧାନ ହେଲା ସିଟ ଶେୟାରିଂ ପ୍ରସଙ୍ଗ, କାଲି ଘୋଷଣା

ପାଟନା,୨୮।୩: ବିହାରରୁ ଏକ ବଡ ଖବର ଆସିଛି, ଯେଉଁଠାରେ ଗ୍ରାଣ୍ଡ ଆଲାଇନ୍ସରେ ସିଟ ବଣ୍ଟନ ବିଷୟରେ ଆଲୋଚନା ହୋଇଛି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଏହି ବିଷୟରେ...

ଜିତିବାକୁ ନୁହେଁ ଏହି ବ୍ୟକ୍ତିଙ୍କୁ ପସନ୍ଦ ନିର୍ବାଚନରେ ହାରିବାକୁ

ମେଟ୍ଟୁରା,୨୮।୩: ବିଶ୍ୱର ଯେକୌଣସି ବ୍ୟକ୍ତି କେବଳ ଜିତିବା ପାଇଁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରନ୍ତି, କିନ୍ତୁ ତାମିଲନାଡୁରେ ଜଣେ ବ୍ୟକ୍ତି ଅଛନ୍ତି ଯିଏ ନିର୍ବାଚନରେ କେବଳ ହାରିବା...

ମୁଁ ଇଡିକୁ ଧନ୍ୟବାଦ ଦେବାକୁ ଚାହୁଁଛି… କୋର୍ଟରେ କାହିଁକି ସିସୋଡିଆଙ୍କ କଥା ଉଠାଇଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୮।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଗୁରୁବାର ରାଉଜ ଆଭେନ୍ୟୁ କୋର୍ଟରେ ହାଜର କରାଯାଇଥିଲା। ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ର ତାଙ୍କର ୬ ଦିନିଆ ଅଟକ...

ଶିବସେନାରେ ସାମିଲ ହେଲେ ଗୋବିନ୍ଦା, ଏହି ଆସନରୁ ଲଢିବେ ନିର୍ବାଚନ

ମୁମ୍ବାଇ,୨୮।୩: ଶିବସେନାରେ ସାମିଲ ହେଲେ ଅଭିନେତା ଗୋବିନ୍ଦା। ଗୁରୁବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଉପସ୍ଥିତିରେ ସେ ଶିବସେନାରେ ଯୋଗ ଦେଇଛନ୍ତି। ଶିନ୍ଦେଙ୍କ ଦଳ ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri