ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨୬।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି । ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୬ ହଜାର ୧୬୪ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୬୦୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୪ ହଜାର ୧୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୫୭ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୩୩ ହଜାର ୭୨୫ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୦ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୦୯ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୩୬ ହଜାର ୩୬୫ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୬୦ କୋଟି ୩୮ ଲକ୍ଷ ୪୬ ହଜାର ୪୭୫ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୬୧ ଲକ୍ଷ ୯୦ ହଜାର ୯୩୦ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୧ କୋଟି ୩୧ ଲକ୍ଷ ୨୯ ହଜାର ୩୭୮ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୭ ଲକ୍ଷ ୮୭ ହଜାର୨୮୩ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୭ ଲକ୍ଷ ୮୮ ହଜାର ୪୪୦ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୫ ଲକ୍ଷ ୧୨ ହଜାର ୩୬୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା…

ମୋଦିଙ୍କ ଇନ୍‌ଷ୍ଟା ଭିଡିଓକୁ ନେଇ ଅଭିଜିତଙ୍କ କଟାକ୍ଷ, କହିଲେ-ପ୍ରଧାନମନ୍ତ୍ରୀ ପଦ ଛାଡ଼ି ଇନଫ୍ଲୁଏନ୍ସର ହୋଇଯିବା ଉଚିତ୍‌…

ନୂଆଦିଲ୍ଲୀ,୩୦।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ କହିଛନ୍ତି, ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପଦ ଛାଡ଼ିଦେବା ଉଚିତ୍‌ ଏବଂ ଜଣେ ଇନଫ୍ଲୁଏନ୍ସର (Influencer)…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

ଆଜି ରାଜ୍ୟର ୪ ଜିଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୩୦।୭: ଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା। ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡିରେ ସ୍କୁଲ ଛୁଟି। ସବୁ ସରକାରୀ ଓ ଘରୋଇ ସ୍କୁଲ…

ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଅଖାରେ ପଶି ମାଟି ତଳେ ୩ ଦିନ ରହିବା ପରେ ଘଟିଲା…

ଚଣ୍ଡିଗଡ଼,୩୦ା୭:ଏକ ପାରମ୍ପରିକ ଗ୍ରାମ ସର୍କସ ଦଳର ଜଣେ ୨୭ ବର୍ଷୀୟ ଯୁବକ ପୂର୍ବରୁ ଅନେକ ଥର ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଇଥିଲେ। ତେବେ ହରିୟାଣାର ନୁହ ଜିଲାରେ…

ବସ୍‌ ଡ୍ରାଇଭରଙ୍କ ଘରୁ ମିଳିଲା ୨୦ କୋଟି ଟଙ୍କା, ୧୫ କେ.ଜି. ସୁନା: ପୋଲିସ ତାଜୁବ

କୋଲକାତା,୩୦।୭:ପୂର୍ବରୁ ସରକାରୀ ବସ୍‌ ଡ୍ରାଇଭର ଭାବେ କାମ କରୁଥିବା ପଶ୍ଚିମବଙ୍ଗ ବୀରଭୂମ ଜିଲାର ମିନାର ମଣ୍ଡଳଙ୍କ ଘରୁ ପୋଲିସ ୨୦ କୋଟି ନଗଦ ଟଙ୍କା ଏବଂ ୧୫…

ଅଗ୍ନିବୀରଙ୍କ ପାଇଁ ଏସ୍‌ଏସ୍‌ବିରେ ୫୦% କନ୍‌ଷ୍ଟେବଲ ପଦବୀ ସଂରକ୍ଷିତ

ନୂଆଦିଲ୍ଲୀ,୩୦ା୭: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସଶସ୍ତ୍ର ସୀମା ବଳ (ଏସ୍‌ଏସ୍‌ବି) (ଯୁଦ୍ଧ ପାଇଁ ପ୍ରସ୍ତୁତ ସାଧାରଣ ଡ୍ୟୁଟି) ଗ୍ରୁପ୍‌ ‘ସି’ ପଦବୀ ନିଯୁକ୍ତି ନିୟମାବଳୀ, ୨୦୨୬ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri