ଦିନେ କମିଲେ ପୁଣି ବଢୁଛି, ଆଜି ସମୀକ୍ଷା ବୈଠକ…

ନୂଆଦିଲ୍ଲୀ, ୨୧।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪ ହଜାର ତଳେ ରହିଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ଶହ ତଳେ ରହିଛି। ଏହା ବଢ଼ି ୧୨୮ ରହିଛି। ଗୋଟିଏ ଦିନ ତଳେ ଏହା ୧୧୦ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୩ ହଜାର ୪୦୮ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୪୯୦ ଥିଲା। ସେହିପରି ୨୪ ଘଣ୍ଟାରେ ୨୧୦ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୭୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୮୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୬ ହଜାର ୩୩୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୨ ହଜାର ୨୪୨ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଚାଇନା ଏବଂ ଆମେରିକା ସମେତ ବିଶ୍ୱର ଅନେକ ଦେଶରେ ହଠାତ କରୋନା ସଂକ୍ରମଣ ବୃଦ୍ଧି ଯୋଗୁ କେନ୍ଦ୍ର ସରକାର ସତର୍କ ହୋଇପଡିଛନ୍ତି। କରୋନାର ନୂଆ ଜିନୋମ ସିକ୍ୱେନ୍ସିଂ କରିବାକୁ ସରକାର ସମସ୍ତ ରାଜ୍ୟକୁ ଏକ ଚିଠି ଲେଖିଛନ୍ତି। ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣଙ୍କ ପକ୍ଷରୁ ଏସିଡିସି ଏବଂ ଆଇସିଏମଆରକୁ ଏକ ଚିଠି ଲେଖାଯାଇଛି।

ଏଥିରେ କୁହାଯାଇଛି ଯେ ସମସ୍ତ ରାଜ୍ୟକୁ ଜିନୋମ ସିକ୍ୱେନ୍ସିଂ ଉପରେ ଗୁରୁତ୍ୱ ଦେବାକୁ ପଡିବ। ବର୍ତ୍ତମାନ ଦେଶରେ କରୋନା ସଂକ୍ରମଣର ଅଧିକ ମାମଲା ନାହିଁ, ମୃତ୍ୟୁ ମଧ୍ୟ ଯଥେଷ୍ଟ ହ୍ରାସ ପାଇଛି। କିନ୍ତୁ ଏହି ଭାଇରସ ସାରା ବିଶ୍ୱରେ ବ୍ୟାପିଯାଉଥିବାରୁ ଏଭଳି ପରିସ୍ଥିତିରେ ସରକାର ମଧ୍ୟ ଅବହେଳା କରିବାକୁ ଚାହୁଁନାହାଁନ୍ତି। କରୋନା ମାମଲା ସମ୍ପର୍କରେ କେନ୍ଦ୍ର ସରକାର ବୁଧବାର ଏକ ସମୀକ୍ଷା ବୈଠକ ଡାକିଛନ୍ତି।

ସ୍ବାସ୍ଥ୍ୟ ସଚିବ କହିଛନ୍ତି ଯେ ଯଦି କରୋନାର ନୂତନ ଭାରିଆଣ୍ଟର ଗୁଡିକ ଠିକ ସମୟରେ ଚିହ୍ନଟ କରାଯାଏ ତେବେ ଚିକିତ୍ସା ପାଇଁ ସୁବିଧା ହେବ। ଏଥିପାଇଁ ଜିନୋମ ସିକ୍ୱେନ୍ସିଂ ଆବଶ୍ୟକ। ଜିନୋମ ସିକ୍ୱେନ୍ସିଂ ପାଇଁ ନମୁନା ପଠାଇବାକୁ ମଧ୍ୟ ରାଜ୍ୟମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ସରକାର ସମସ୍ତ ରାଜ୍ୟକୁ ସଜାଗ ରହିବାକୁ କହିଛନ୍ତି। କେନ୍ଦ୍ର ସରକାର ସନ୍ଦେହ କରୁଛନ୍ତି ଯେ କରୋନାର ଏକ ନୂତନ ଭାରିଆଣ୍ଟ ଅଛି, ଯେଉଁ କାରଣରୁ ଆଗାମୀ ଦିନରେ ହଠାତ ମାମଲା ବୃଦ୍ଧି ପାଇପାରେ। କେନ୍ଦ୍ର ରାଜ୍ୟ ସରକାରଙ୍କୁ କହିଛନ୍ତି ଯେ ବିଶ୍ୱର ଅନେକ ଦେଶରେ କରୋନା ମାମଲା ଯେପରି ବଢୁଛି, ଏହା ଜଣାପଡୁଛି ଯେ କରୋନା ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ଏଭଳି ପରିସ୍ଥିତିରେ କରୋନାର ଟ୍ରେଣ୍ଡ ଉପରେ ନଜର ରଖିବା ଆବଶ୍ୟକ ।


Enter your email to get our daily news in your inbox.

All Right Reserved By Dharitri.Com

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri