ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ, ୧୧।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ପୁଣି ସଙ୍କଟ ଘନେଇବାରେ ଲାଗିଛି। ଫଳରେ ପୁଣି ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ଲକ୍ଷେ ୨୫ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଏହା ୧୬ ହଜାର ୨୯୯ ରହିଛି।

ଗୋଟିଏ ଦିନ ତଳେ ଏହା ୧୬ ହଜାର ୪୭ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ବଢ଼ି ୫୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫୪ ଥିଲା। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୨୫ ହଜାର ୭୬ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୯ ହଜାର ୪୩୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୯ ହଜାର ୫୩୯ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୬ ହଜାର ୮୭୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୨ ଲକ୍ଷ ୬ ହଜାର ୯୯୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୫ ଲକ୍ଷ ୫୫ ହଜାର ୪୧ ଜଣ ସୁସ୍ଥ ହୋଇ ସାରିଛନ୍ତି।
ମହାରାଷ୍ଟ୍ର, କେରଳ, କର୍ନାଟକ, ଦିଲ୍ଲୀ, ହରିୟାଣା ଆଦି ୫ ରାଜ୍ୟରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍‌ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ

ଓ୍ବାଶିଂଟନ୍‌,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍‌ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

ପୋଲିସ ଡିଜି ଦୌଡ଼ରେ ୧୧ ବରିଷ୍ଠ ଆଇପିଏସ୍‌ ଅଧିକାରୀ, ଶର୍ଟଲିଷ୍ଟ ଦାଖଲ: ଜାଣନ୍ତୁ କିଏ କିଏ ଅଛନ୍ତି…

ଭୁବନେଶ୍ୱର,୧୬ା୫(ତ୍ରିନାଥ ମହାନ୍ତି):ଆସନ୍ତା ଅଗଷ୍ଟ ୩୧ରେ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଆଗୁଆ ନୂଆ ପୋଲିସ ଡିଜି ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି…

ମହଙ୍ଗା ହୋଇଯିବ ବିଜୁଳି! ଗ୍ରାହକଙ୍କ ଉପରେ ପଡ଼ିବ ଅତିରିକ୍ତ ଆର୍ଥିକ ବୋଝ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ, ୧୬।୫: ମଧ୍ୟପ୍ରାଚ୍ୟ ସଙ୍କଟ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରିଛି, ଏବଂ ଭାରତ ମଧ୍ୟ ଏହାର ବ୍ୟତିକ୍ରମ ନୁହେଁ। ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ…

‘୨୦୨୯ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ହେବେ INDIA ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ’: ବଡ଼ ଦାବି କଲେ…

ନୂଆଦିଲ୍ଲୀ, ୧୬।୫: ଲୋକ ସଭା ନିର୍ବାଚନ ୨୦୨୯ ପାଇଁ ଏବେ ବି ସମୟ ବାକି ଅଛି। ତେବେ କଂଗ୍ରେସ ମଧ୍ୟରେ ଏବେଠାରୁ ହିଁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ…

୬୦ ବର୍ଷ ବୟସ ପରେ ମାସିକ ୩୦୦୦ ଟଙ୍କା ପେନସନ ପାଇବେ ଚାଷୀ, ବୃଦ୍ଧାବସ୍ଥା ବେଳେ ସୁରକ୍ଷା ଯୋଗାଇବ ଏହି ଯୋଜନା

ନୂଆଦିଲ୍ଲୀ,୧୬।୫: ଚାଷକାର୍ଯ୍ୟରେ ପରିଶ୍ରମ ତ ବହୁତ ରହିଛି, କିନ୍ତୁ ବୟସ ବଢ଼ିବା ସହିତ ଶରୀର ପୂର୍ବ ଭଳି ସାଥ ଦିଏ ନାହିଁ। ଏହି କଥାକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri