ଦିନେ ପର୍ଯ୍ୟଟନ କ୍ଷେତ୍ରର କରିଥିଲେ ବିକାଶ, ଆଜି ପର୍ଯ୍ୟଟକ ଭାବେ ଦାରିଙ୍ଗବାଡ଼ି ବୁଲିଲେ ପୂର୍ବତନ ବିଡିଓ, ପୁରୁଣା ଦିନକୁ…

ଦାରିଙ୍ଗବାଡ଼ି,୧୯ା୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀରର ଥଣ୍ଡାର ମଜା ନେବାକୁ ଛୁଟିଦିନ ରବିବାରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ଦାରିଙ୍ଗବାଡ଼ିର ପର୍ଯ୍ୟଟନକ୍ଷେତ୍ର ଲଭର୍ସ ପଏଣ୍ଟ ସମେତ ହିଲଭିୟୁ ପାର୍କ, କଫି ବଗିଚା, କିସୁବାଡ଼ି ଜଳପ୍ରପାତ, ଡ଼ୁଲୁରୀ ପାଇନ ବଣ, ମିଡିୟୁାନ୍ଦା ଜଳପ୍ରପାତ,ସନ ସେଟ୍‌ ପଏଣ୍ଟ ଆଦି ପର୍ଯ୍ୟଟନକ୍ଷେତ୍ରରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ନୂତନ ବର୍ଷର ତୃତୀୟ ରବିବାରରେ ଏହି ଭିଡ଼ ପର୍ଯ୍ୟଟକଙ୍କ ଦାରିଙ୍ଗବାଡ଼ି ପ୍ରତି ଆଗ୍ରହ ଦର୍ଶାଉଥିବା କୁହାଯାଉଛି। ଏବେ ମଧ୍ୟ ଶୀତ ଅନୁଭୂତ ହେଉଥିବା ବେଳେ ପର୍ଯ୍ୟଟକ ଦାରିଙ୍ଗବାଡ଼ିର ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ବଣଭୋଜି କରିବା ସହ ବୁଲାବୁଲି କରି ଥଣ୍ଡା ଓ ଶାନ୍ତ ପରିବେଶର ମଜା ନେଇଛନ୍ତି। ହିଲଭିୟୁ ପାର୍କରେ ମ୍ୟୁଜିକାଲ ଫାଉଣ୍ଟେନ୍‌ରେ ମ୍ୟୁଜିକ୍‌ର ତାଳେତାଳେ ନାଚି ଉଠିଥିଲେ ପର୍ଯ୍ୟଟକ। ଏହି ସମୟରେ ବୟସକୁ ଗୁରୁତ୍ୱ ନଦେଇ ବରିଷ୍ଠ ନାଗରିକମାନେ ମଧ୍ୟ ନାଚୁଥିବା ବିଶେଷକରି ପଶ୍ଚିମବଙ୍ଗ ପର୍ଯ୍ୟଟକ ଓ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ପର୍ଯ୍ୟଟକ ମାନେ ନାଚରେ ମଜିଯାଇଥିଲେ। କଫି ବଗିଚାରେ ମଧ୍ୟ ପ୍ରବଳ ଭିଡ଼ ହୋଇଥିବା ବେଳେ ଦାରିଙ୍ଗବାଡ଼ି ବ୍ଲକର ପୂର୍ବତନ ବିଡିଓ ତଥା ବର୍ତ୍ତମାନର ଫୁଲବାଣୀ ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଭାବେ କାର୍ଯ୍ୟ କରୁଥିବା ଗଦାଧର ପାତ୍ର ଏବେ ପର୍ଯ୍ୟଟକ ସାଜି ତାଙ୍କ ଫୁଲବାଣୀ କାର୍ଯ୍ୟାଳୟର କର୍ମଚାରୀଙ୍କ ସହ ଦାରିଙ୍ଗବାଡ଼ିର ପର୍ଯ୍ୟଟନକ୍ଷେତ୍ର ବୁଲି ବହୁତ ପ୍ରଶଂସା କରିଥିଲେ। ବର୍ତ୍ତମାନର ବିଡିଓ ପ୍ରୀତିରଞ୍ଜନ ରଥ ମଧ୍ୟ ପର୍ଯ୍ୟଟନକ୍ଷେତ୍ରର ବିକାଶ ଧାରାକୁ ବଜାୟ ରଖିଥିବା କହି ସେ ପ୍ରଶଂସା କରିଥିଲେ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri