ଦିନେ କମିଲେ ପୁଣି ବଢୁଛି, ଅନ୍‌ଲକ୍‌ ଯୋଗୁ ବଢୁଛି ଭିଡ଼…

N 2 5

ନୂଆଦିଲ୍ଲୀ,୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଦେଶର କେତେକ ଅଞ୍ଚଳରେ ଅନ୍‌ଲକ୍‌ ଯୋଗୁ ଲୋକଙ୍କ ଭିଡ଼ ବଢ଼ିବାରେ ଲାଗିଛି। କରୋନା ମାର୍ଗଦର୍ଶିକା ପାଳନ ନ କରାଯାଉଥିବାରୁ ସଂକ୍ରମଣ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ହଜାର ୯୮୨ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୫୩୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୪୧ ହଜାର ୭୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୩୮ ରହିଛି। ଅପରପକ୍ଷରେ ୪ ଲକ୍ଷ ୧୧ ହଜାର ୭୬ ଜଣ ଚିକିତ୍ସିତ ହେଉଛନ୍ତି। ଦୈନିକ ପଜିଟିଭ୍‌ ହାର ୧.୩୦ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୨୮ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୨୬ ହଜାର ୨୯୦ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୪୮ କୋଟି ୯୩ ଲକ୍ଷ ୪୨ ହଜାର ୨୯୫ ଜଣ ଲୋକଙ୍କୁ ଟିକାଦାନ ସରିଛି। ଅପରପକ୍ଷରେ ଇତିମଧ୍ୟରେ ୪୭ କୋଟି ୪୮ ଲକ୍ଷ ୯୩ ହଜାର ୩୬୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୬ ଲକ୍ଷ ୬୪ ହଜାର ୩୦ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୯ ଲକ୍ଷ ୭୪ ହଜାର ୭୪୮ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ଇତିମଧ୍ୟରେ ୩ କୋଟି ୧୮ ଲକ୍ଷ ୧୨ ହଜାର ୧୧୪ ଜଣ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com
Your Paragraph Text 1 1

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨: ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

Your Paragraph Text 1

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

Aaa

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) : ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

WhatsApp Image 2025 12 14 At 8.19.33 PM

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

Your Paragraph Text

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

Image 28

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

Yfguyfgy

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

13

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

Advertisement

ଧରିତ୍ରୀ କାର୍ଟୁନ

Archives

Dharitri Rashifala2
Model This Week
ମଣ୍ଟୁ

ପିଲାଙ୍କ ଧରିତ୍ରୀ

PILANKA DHARITRI
Why Dharitri