ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୩୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୯୪୧ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୩୫୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୬ ହଜାର ୨୭୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୫୧ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୭୦ ହଜାର ୬୪୦ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୧୫ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୩୮ ହଜାର ୫୬୦ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୬୪ କୋଟି ୫ ଲକ୍ଷ ୨୮ ହଜାର ୬୪୪ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୩୧ ଲକ୍ଷ ୧୪ ହଜାର ୬୯୬ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୨ କୋଟି ୧୫ ଲକ୍ଷରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୩ ଲକ୍ଷ ୯୪ ହଜାରରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୯ ଲକ୍ଷ ୫୯ ହଜାର ୬୮୦ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୭ ଲକ୍ଷ ୬୮ ହଜାର ୮୮୦ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତ ତଥା ମୃତ୍ୟୁ ସଂଖ୍ୟା ଅଧିକ ହେଉଛି। ଏନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ୧୯,୬୨୨ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୧୩୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri