ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨୬।୯: କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଲଗାତାର ୨ ଦିନ ଧରି ୩୦ ହଜାର ତଳେ ରହିଛି। ସଂକ୍ରମଣ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ସ୍ଥିତି ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୬ ହଜାର ୬୭୧ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୧୨୦ ଛୁଇଁଛି।
ଗତ ୨୪ ଘଣ୍ଟାରେ ଦେଶରେ କରୋନାରେ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ହଜାର ୩୨୬ ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୨୬ ହଜାର ୩୨ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୭୮ ପ୍ରତିଶତ ରହିଛି।

ଅପରପକ୍ଷରେ ୩ ଲକ୍ଷ ୩ ହଜାର ୪୭୬ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୯୦ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୬ ହଜାର ୯୧୮ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୮୫ କୋଟି ୬୦ ଲକ୍ଷ ୮୧ ହଜାର ୫୨୭ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୬୮ ଲକ୍ଷ ୪୨ ହଜାର ୭୮୬ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୬ କୋଟି ୧୬ ଲକ୍ଷରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

ଗତ ୨୪ ଘଣ୍ଟାରେ ୧୫ ଲକ୍ଷ ୯୨ ହଜାରରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୯ ଲକ୍ଷ ୨ ହଜାର ୩୫୧ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୬ ଲକ୍ଷ ୫୨ ହଜାର ୭୪୫ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆଗକୁ ପାର୍ବଣ ଋତୁ ଆସୁଥିବାରୁ ଜମା ହେବାକୂଥିବା ଭିଡ଼କୁ ନେଇ ସରକାରଙ୍କ ଭୟ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri