ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨୬।୯: କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଲଗାତାର ୨ ଦିନ ଧରି ୩୦ ହଜାର ତଳେ ରହିଛି। ସଂକ୍ରମଣ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ସ୍ଥିତି ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୬ ହଜାର ୬୭୧ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୧୨୦ ଛୁଇଁଛି।
ଗତ ୨୪ ଘଣ୍ଟାରେ ଦେଶରେ କରୋନାରେ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ହଜାର ୩୨୬ ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୨୬ ହଜାର ୩୨ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୭୮ ପ୍ରତିଶତ ରହିଛି।

ଅପରପକ୍ଷରେ ୩ ଲକ୍ଷ ୩ ହଜାର ୪୭୬ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୯୦ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୬ ହଜାର ୯୧୮ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୮୫ କୋଟି ୬୦ ଲକ୍ଷ ୮୧ ହଜାର ୫୨୭ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୬୮ ଲକ୍ଷ ୪୨ ହଜାର ୭୮୬ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୬ କୋଟି ୧୬ ଲକ୍ଷରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

ଗତ ୨୪ ଘଣ୍ଟାରେ ୧୫ ଲକ୍ଷ ୯୨ ହଜାରରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୯ ଲକ୍ଷ ୨ ହଜାର ୩୫୧ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୬ ଲକ୍ଷ ୫୨ ହଜାର ୭୪୫ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆଗକୁ ପାର୍ବଣ ଋତୁ ଆସୁଥିବାରୁ ଜମା ହେବାକୂଥିବା ଭିଡ଼କୁ ନେଇ ସରକାରଙ୍କ ଭୟ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୪ରେ ଭାଜପାର ଏହି ହେଭିଓ୍ବେଟ୍‌ ନେତାଙ୍କୁ ହରାଇ ହଇଚଇ ସୃଷ୍ଟି କରିଥିଲେ ଗୋବିନ୍ଦା, କିଛି ଏଭଳି ଥିଲା…

ନୂଆଦିଲ୍ଲୀ,୨୯।୩: ୧୪ ବର୍ଷର ବଡ଼ ବ୍ୟବଧାନ ପରେ ଅଭିନେତା ଗୋବିନ୍ଦା ପୁଣିଥରେ ରାଜନୀତିକୁ ଫେରିଛନ୍ତି। ଲୋକ ସଭା ନିର୍ବାଚନ ୨୦୨୪ର ଠିକ୍‌ ପୂର୍ବରୁ ସେ ଦ୍ୱିତୀୟ...

ରିଲ୍‌ ଲାଇଫର ‘ରାମ’ଙ୍କ ପରି ପୂର୍ବରୁ ‘ରାବଣ’ଙ୍କୁ ମଧ୍ୟ ଟିକେଟ୍‌ ଦେଇଛି ଭାଜପା, ଜାଣନ୍ତୁ ‘ଲଙ୍କେଶ’ଙ୍କ କିପରି ଥିଲା ରାଜନୈତିକ କ୍ୟାରିୟର

ମୁମ୍ବାଇ: ଚାରି ଦଶକ ପୂର୍ବରୁ ଟିଭି ସିରିଆଲରେ ଲୋକପ୍ରିୟ ହୋଇଥିଲା ରାମାୟଣ। ଏଥିରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲ ହିନ୍ଦୁଙ୍କ ରିଅଲ ଲାଇଫର...

ପ୍ରତି ନିର୍ବାଚନରେ ବଢିଚାଲିଛି ଖର୍ଚ୍ଚ ସୀମା, ଲୋକ ସଭା ନିର୍ବାଚନରେ ଏତେ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ୨୦୨୪ର ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ରହିଥାଏ କି କ୍ଷମତାସୀନ ଦଳ...

କଂଗ୍ରେସ ଏହି ଖୁସିକୁ ସହି ପାରିଲା ନାହିଁ, କାହିଁକି ଏମିତି କହିଲେ କଙ୍ଗନା

ଶିମଲା,୨୯।୩: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତଙ୍କୁ ନେଇ କଂଗ୍ରେସ ମୁଖପାତ୍ର ସୁପ୍ରିୟା ଶ୍ରୀନେତ...

କଂଗ୍ରେସ ପରେ ବଢିଲା ଏହି ଦଳର ମୁଣ୍ଡବ୍ୟଥା, ଆୟକର ବିଭାଗରୁ ମିଳିଲା ନୋଟିସ

ନୂଆଦିଲ୍ଲୀ,୨୯।୩: କଂଗ୍ରେସ ପରେ ଏବେ ଅନ୍ୟ ଏକ ଦଳର ସମସ୍ୟା ବଢିଥିବା ସୂଚନା ମିଳିଛି। ଏହି ପାର୍ଟିକୁ ଆୟକର ବିଭାଗ ପକ୍ଷରୁ ଏକ ନୋଟିସ ମଧ୍ୟ...

ଆସିଲା ମୁଖତାର ଅନସାରୀଙ୍କ ପୋଷ୍ଟ ମର୍ଟମ ରିପୋର୍ଟ, ଏହି କାରଣ ପାଇଁ ହୋଇଛି ମୃତ୍ୟୁ

ବାନ୍ଦା,୨୯।୩: ମାଫିଆ ମୁଖତାର୍‌ ଅନସାରୀଙ୍କ ଶବ ବ୍ୟବଚ୍ଛେଦ ପରେ ହୃଦ୍‌ଘାତ ହେତୁ ତାଙ୍କର ମୃତ୍ୟୁ ହୋଇଥିବା ନିଶ୍ଚିତ କରାଯାଇଛି। ପୋଷ୍ଟମର୍ଟମ ଘରୁ ବାହାରକୁ ଆସିଥିବା ଡାକ୍ତରମାନେ...

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ଏହି ରାଜ୍ୟରେ ଭାଜପାକୁ ହେଲା ପ୍ରାର୍ଥୀଙ୍କ ଅଭାବ, କଂଗ୍ରେସ ନେତାଙ୍କୁ ବାଣ୍ଟିଦେଲା ୬୦ଭାଗ ଟିକେଟ୍‌!

ନୂଆଦିଲ୍ଲୀ,୨୯।୩: ମୁଣ୍ଡ ଉପରେ ନିର୍ବାଚନ। ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ପାର୍ଟିର ନେତାଙ୍କ ମଧ୍ୟରେ ଦଳବଦଳ କାର୍ଯ୍ୟକ୍ରମ ଖୁବ୍‌ ଜୋର୍‌ରେ ଜାରି ରହିଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri