ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାର ୪୮୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୧୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୧୨ ହଜାର ୩୨୯ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୨୮ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୨୨ ହଜାର ୭୧୪ ରହିଛି। ୫୩୨ ଦିନ ପରେ ଏହା ସର୍ବନିମ୍ନ ରହିଛି।

ସାପ୍ତାହିକ ପଜିଟିଭ୍‌ ହାର ୦.୯୪ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୯୮ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୩୬ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୬୫ ହଜାର ୬୬୨ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୫ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୧୬ କୋଟି ୫୦ ଲକ୍ଷ ୫୫ ହଜାର ୨୧୦ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୭୩ ଲକ୍ଷ ୪୪ ହଜାର ୭୩୯ ଜଣଙ୍କୁ ଟିକାଦାନ କରାଯାଇଛି। ସେହିପରି ଇତିମଧ୍ୟରେ ୬୩ କୋଟି ୧୬ ଲକ୍ଷ ୪୯ ହଜାର ୩୭୮ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ଗତ ୨୪ ଘଣ୍ଟାରେ ୧୦ ଲକ୍ଷ ୭୪ ହଜାର ୯୯ ଜଣଙ୍କ ଦମୁନା ପରୀକ୍ଷା କରାଯାଇଛି ବୋଲି ଆଇସିଏମ୍‌ଆର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୯ ଲକ୍ଷ ୨୨ ହଜାର ୩୭ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ୩ କୋଟି ୪୫ ଲକ୍ଷ ୧୦ ହଜାର ୪୧୩ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ୬,୦୭୫ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଦୈନିକ ମୃତ୍ୟୁ ସଂଖ୍ୟା ୩୨ ରହିଛି। ସେହିପରି ରାଜ୍ୟରେ ଏହି ସମୟ ମଧ୍ୟରେ ୬,୦୬୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୩ ନବଜାତ ଶିଶୁ

ଅମରାବତୀ,୨୪।୮: ସୋମବାର (୨୪ ଅଗଷ୍ଟ) ଭୋର ପ୍ରାୟ ୩ଟା ୩୦ ସମୟରେ ମହାରାଷ୍ଟ୍ରର ଅମରାବତୀ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଅମରାବତୀର ସରକାରୀ ମହିଳା…

୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…

ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୨୪ା୮: ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ସନ୍ଧ୍ୟା ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ସଂଲଗ୍ନ ଗାଙ୍ଗେଟିକ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପରେ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri