ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ, ୧୭।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି ସମୟରେ ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୩୦ ହଜାର ୭୫୭ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୫୪୧ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟାରେ ୬୭ ହଜାର ୫୩୮ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା ୪ ଲକ୍ଷ ତଳେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୩ ଲକ୍ଷ ୩୨ ହଜାର ୯୧୮ ରେ ପହଞ୍ଚିିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧୦ ହଜାର ୪୧୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୭ ଲକ୍ଷ ୫୪ ହଜାର ୩୧୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୧୯ ଲକ୍ଷ ୧୦ ହଜାର ୯୮୪ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୪ କୋଟି ୨୦ ଲକ୍ଷ ଟପିଛି। ସେଥିମଧ୍ୟରେ ୯୦ କୋଟି ୬୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୪ କୋଟି ୭୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଗତ ୨୪ ଘଣ୍ଟାରେ ଦେଶର ୬ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୧୨,୨୨୩ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୨,୭୪୮, କର୍ନାଟକରେ ୧,୮୯୪, ରାଜସ୍ଥାନରେ ୧,୭୦୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମଧ୍ୟପ୍ରଦେଶରେ ୧,୩୮୮ ଏବଂ ତାମିଲନାଡୁରେ ୧,୩୧୦ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। କେରଳକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏସବୁ ବିଷୟରେ ଆଲୋଚନା କଲେ ମୋହନ, ଓଡ଼ିଶାବାସୀ ଶୁଣିଲେ ହୋଇଯିବେ ଖୁସି!

ଭୁବନେଶ୍ୱର, ୨୫।୫: ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଥିବା ଜଣାପଡିଛି। ଏନେଇ ଏକ୍ସରେ ସୂଚନା…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

ଇଦ-ଉଲ-ଜୁହା ଛୁଟି ପରିବର୍ତ୍ତନ: ଏହି ଦିନକୁ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୫।୫: ଶେଷରେ ଇଦ-ଉଲ-ଜୁହା ଛୁଟିକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇଛି। ଆସନ୍ତା ୨୭ରେ ନୁହେଁ, ୨୮ରେ ଇଦ-ଉଲ-ଜୁହା ପାଇଁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏନେଇ ସରକାରଙ୍କ…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….

ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ୨ ରିକ୍ସା ଚାଳକ ଗୁରୁତର

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା…

ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ: ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେଲେ ପତ୍ନୀ ହେମା ମାଳିନୀ

ନୂଆଦିଲ୍ଲୀ,୨୫।୫: ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେମା ମାଲିନୀଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଧର୍ମେନ୍ଦ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri