ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ, ୧୭।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧ ହଜାର ୧୫୦ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧୨ ହଜାର ତଳେ ରହିଛି। ଏହା ୧୧ ହଜାର ୫୫୮ ରହିଛି।

ସେହିପରି ୨୪ ଘଣ୍ଟାରେ ୯୫୪ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୭୫୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୪୨ ହଜାର ୯୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୮ ହଜାର ୭୮୮ ଜଣ ସୁସ୍ଥ ହୋଇ ସାରିଛନ୍ତି। ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ୪୬୧ ଜଣ, ହରିୟାଣାରେ ୨୦୨ ଜଣ ଏବଂ ଉତ୍ତରପ୍ରଦେଶରେ ୧୦୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୬ କୋଟି ୪୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୪୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୦ କୋଟି ୩୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri