ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ, ୪।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩ ହଜାର ଟପିଛି। ଏହା ୩ ହଜାର ୨୦୫ରେ ପହଞ୍ଚିଛି।

ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୧ ରହିଛି। ଏହି ସମୟରେ ସକ୍ରିୟ ମାମଲା୧୯ ହଜାର ଟପିଛି। ଏହା ୧୯ ହଜାର ୫୦୯ ରହିଛି। ସେହିପରି ୨୪ ଘଣ୍ଟାରେ ୨ ହଜାର ୮୦୨ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୩ ହଜାର ୯୨୦ ଛୁଇଁଛି।

ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୮୮ ହଜାର ୧୧୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୪୪ ହଜାର ୬୮୯ ଜଣ ସୁସ୍ଥ ହୋଇ ସାରିଛନ୍ତି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୯ କୋଟି ୫୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୫୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୧ କୋଟି ୩୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ ୧,୪୧୪ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୫୦୫ ଜଣ, କେରଳରେ ୨୯୬ ଜଣ, ଉତ୍ତରପ୍ରଦେଶରେ ୩୩୧ ଜଣ, ମହାରାଷ୍ଟ୍ରରେ ୧୮୨ ଜଣ କର୍ନାଟକରେ ୧୦୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?