ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୧୩।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୫ ହଜାର ୮୨୩ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୨୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୨୨ ହଜାର ୮୪୪ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୨ ଲକ୍ଷ ୭ ହଜାର ୬୫୩ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୬୭ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୧ ହଜାର ୧୮୯ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୯୬ କୋଟି ୪୩ ଲକ୍ଷ ୭୯ ହଜାର ୨୧୨ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୫୦ ଲକ୍ଷ ୬୩ ହଜାର ୮୪୫ ଜଣଙ୍କୁ ଟିକା ଦିଆଯାଇଛି।

ଅପରପକ୍ଷରେ ଇତିମଧ୍ୟରେ ୫୮ କୋଟି ୬୩ ଲକ୍ଷ ୬୩ ହଜାର ୪୪୨ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୩ ଲକ୍ଷ ୨୫ ହଜାର ୩୯୯ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୩ ଲକ୍ଷ ୪୨ ହଜାର ୯୦୧ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି।

ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୦ ଲକ୍ଷ ୧ ହଜାର ୭୪୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର୮୨୩ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୧୦୬ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri