ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୧୩।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୫ ହଜାର ୮୨୩ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୨୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୨୨ ହଜାର ୮୪୪ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୨ ଲକ୍ଷ ୭ ହଜାର ୬୫୩ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୬୭ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୧ ହଜାର ୧୮୯ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୯୬ କୋଟି ୪୩ ଲକ୍ଷ ୭୯ ହଜାର ୨୧୨ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୫୦ ଲକ୍ଷ ୬୩ ହଜାର ୮୪୫ ଜଣଙ୍କୁ ଟିକା ଦିଆଯାଇଛି।

ଅପରପକ୍ଷରେ ଇତିମଧ୍ୟରେ ୫୮ କୋଟି ୬୩ ଲକ୍ଷ ୬୩ ହଜାର ୪୪୨ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୩ ଲକ୍ଷ ୨୫ ହଜାର ୩୯୯ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୩ ଲକ୍ଷ ୪୨ ହଜାର ୯୦୧ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି।

ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୦ ଲକ୍ଷ ୧ ହଜାର ୭୪୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର୮୨୩ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୧୦୬ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri